ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ ସୂଚନା ଜାରି କରିଛି।

ଗୁରୁବାର ସକାଳ ୮ଟା ସୁଦ୍ଧା କନ୍ଧମାଳ, ଗଞ୍ଜାମ, ନୟାଗଡ଼ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ  ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

୨୩ ତାରିଖ ସକାଳ ୮ରୁ ୨୪ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ବରଗଡ଼ ସମ୍ବଲପୁର, ଝାରସୁଗଡ଼ା, ସୁନ୍ଦରଗଡ଼ ଦେବଗଡ଼, ଅନୁଗୋଳ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗୀର ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri