ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ୨୨ ଜିଲାର ବିଭିନ୍ନ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାରଠାରୁ ରାଜ୍ୟ ପାଣିପାଗରେ ପରିବର୍ତ୍ତନ ଆସିପାରେ। ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲାରେ ବର୍ଷା ହେବା ଆଶଙ୍କା ଥିଲେ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ। ଅନ୍ୟପଟେ ମୌସୁମୀ ଟ୍ରପ୍‌ ଲାଇନ୍‌ ମଧ୍ୟ ମହାରାଷ୍ଟ୍ର ଓ ଆଖପାଖ ଅଞ୍ଚଳ ଏବଂ ବିଦର୍ଭ, ଛତିଶଗଡ଼, ଝାଡ଼ଖଣ୍ଡ, ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ଉତ୍ତର ବାଂଲାଦେଶ ପର୍ଯ୍ୟନ୍ତ ଲମ୍ବଛି। ପ୍ରତ୍ୟାବର୍ତ୍ତନ କରୁଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ରେଖା ଫିରୋଜପୁର, ଶୀର୍ଷା, ଚୁରୁ, ଆଜ୍‌ମେର, ମାଉଣ୍ଟ ଆବୁ, ଦିଶା, ସୁରେନ୍ଦ୍ରନଗର, ଜୁନାଗଡ଼ ଦେଇ ଫେରୁଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri