ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୯(ବ୍ୟୁରୋ)ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ରବିିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗିରହିଛି । ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୩ ଦିନ ଯାଏ ପ୍ରବଳ ବର୍ଷା ଲାଗିରହିବ। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୋଳ, ଦେବଗଡ, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବଲାଙ୍ଗୀର ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାର ତଳିଆ ଅଞ୍ଚଳ ବର୍ଷା ପାଣିରେ ବୁଡିଯିବା ସହିତ କଚ୍ଚାଘର ଭାଙ୍ଗିବା ସମ୍ଭାବନା ରହିଛି। ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
୨୧ ତାରିଖରେ ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଏବଂ ଦେବଗଡ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ନିଂ ଜାରି କରାଯାଇଛି। ଏଥିସହିତ ଏହି ସମୟରେ ସୋନପୁର, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୫୦ରୁ ୫୫ କ.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଚାନ୍ଦବାଲିରେ ୨୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପାରାଦୀପରେ ୧୨, ଭୁବନେଶ୍ୱର ୬.୮ ଏବଂ ମାଲକାନଗିରିରେ ୧୭.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri