ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୯(ବ୍ୟୁରୋ)ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ରବିିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗିରହିଛି । ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୩ ଦିନ ଯାଏ ପ୍ରବଳ ବର୍ଷା ଲାଗିରହିବ। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୋଳ, ଦେବଗଡ, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବଲାଙ୍ଗୀର ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାର ତଳିଆ ଅଞ୍ଚଳ ବର୍ଷା ପାଣିରେ ବୁଡିଯିବା ସହିତ କଚ୍ଚାଘର ଭାଙ୍ଗିବା ସମ୍ଭାବନା ରହିଛି। ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି।
୨୧ ତାରିଖରେ ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଏବଂ ଦେବଗଡ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ନିଂ ଜାରି କରାଯାଇଛି। ଏଥିସହିତ ଏହି ସମୟରେ ସୋନପୁର, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୫୦ରୁ ୫୫ କ.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ଚାନ୍ଦବାଲିରେ ୨୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପାରାଦୀପରେ ୧୨, ଭୁବନେଶ୍ୱର ୬.୮ ଏବଂ ମାଲକାନଗିରିରେ ୧୭.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ...

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri