୬ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୪।୪(ବ୍ୟୁରୋ): ଆସୁଛି ଆଉଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ ଉକ୍ତ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଘୂର୍ଣ୍ଣିବଳୟ ଓ ଲଘୁଚାପ ପାଇଁ ଆଣ୍ଡାମାନ ସାଗର ଆଖପାଖ ଅଞ୍ଚଳରେ ବର୍ଷା ଓ ପବନ ସମ୍ଭାବନା ରହିଛି। କିନ୍ତୁ ଅନ୍ୟ ଅଞ୍ଚଳରେ ଏହାର ପ୍ରଭାବ କ’ଣ ରହିବ ତାହା ଏଯାଏ ଆକଳନ କରାଯାଇ ନାହିଁ ବୋଲି ଉମାଶଙ୍କର କହିଛନ୍ତି।
ଶନିବାରର ନିମ୍ନ ଚାପ ରେଖା ରବିବାର ସମୁଦ୍ର ପତ୍ତନଠାରୁ ୧.୫କିମି ଉପରେ ପୂର୍ବ-ବିହାରରୁ ଉତ୍ତର ଓଡ଼ିଶା ଯାଏ ଲମ୍ବିଛି। ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ବର୍ଷା ସମ୍ଭାବନା ରହିଛି। ୪ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ୬ ତାରିଖ ଦିନ ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ଗଜପତି ଓ ମାଲକାନଗିରି ଜିଲାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ସହିତ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।
ତେବେ ବର୍ଷା ହେଲେ ତାତିରୁ ଆଶ୍ୱସ୍ତି ପାଇବେ ରାଜ୍ୟବାସୀ। ଏବେ ରାଜ୍ୟରେ ଖରାତାତି କଲବଲ କରୁଛି। ପଶ୍ଚିମ ଓଡ଼ିଶା ଜଳୁଛି। ରବିବାର ପଶ୍ଚିମ ଓଡ଼ିଶାର ୮ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଟିଟିଲାଗଡ଼ରେ ସର୍ବାଧିକ ୪୧.୬ ଡିଗ୍ରୀ ତାପମାତ୍ରା ଥିବାବେଳେ ବୌଦ୍ଧ ୪୧.୫, ଝାରସୁଗୁଡ଼ା ୪୧.୫, ବଲାଙ୍ଗୀର ୪୧.୫, ସମ୍ବଲପୁର ୪୧.୧, ସୋନପୁର ୪୧, ଭବାନୀପାଟଣା ୪୦.୨ ଓ ସୁନ୍ଦରଗଡ଼ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଉପକୂଳ ଜିଲାରେ ତାପମାତ୍ରା କମ୍‌ ରହିଥିବାବେଳେ ଭୁବନେଶ୍ୱରରେ ୩୫.୯ ଓ କଟକରେ ୩୫.୪ ଡିଗ୍ରୀ ରହିଥିଲା। ପାଣିପାଗ ବିଜ୍ଞାନୀ ଉମାଶଙ୍କର କହିଛନ୍ତି, ଆଗାମୀ ୪, ୫ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ। କିନ୍ତୁ ଉପକୂଳ ଓଡ଼ିଶାରେ ବଙ୍ଗୋପସାଗର ସାମୁଦ୍ରିକ ବାୟୁ ପ୍ରଭାବରେ ସକାଳ ଓ ମଧ୍ୟାହ୍ନ ପର୍ଯ୍ୟନ୍ତ ପାଗ ମେଘୁଆ ରହୁଛି। ରାତିରେ ପବନ ବହୁଛି। ବିଶେଷ ତାତି ରହୁନି। ଏହି ସ୍ଥିତି ଆଗାମୀ ୩, ୪ ଦିନ ପର୍ଯ୍ୟନ୍ତ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?