ଆଜି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୧।୯(ବ୍ୟୁରୋ): ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟର କିଛି ସ୍ଥାନରେ ଲଘୁଚାପଜନିତ ବର୍ଷା ହୋଇଛି। କୋରାପୁଟରେ ସର୍ବାଧିକ ୩୫ ମିମି ବର୍ଷା ହୋଇଥିବାବେଳେ ନୟାଗଡ଼ରେ ୨୪.୩, ପାରଳାଖେମୁଣ୍ଡିରେ ୨୨, ଦାରିଙ୍ଗବାଡ଼ିରେ ୨୦, ଗୋପାଳପୁରରେ ୧୩, ମାଲକାନଗିରିରେ ୧୦.୪ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୧ ତାରିଖରୁ ଧୀରେ ଧୀରେ ବର୍ଷା ପରିମାଣ ବଢ଼ିପାରେ। ମୁଖ୍ୟତଃ ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅଧିକ ବର୍ଷିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୧ ତାରିଖରେ ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର୍‌. ବିଶ୍ୱାସ କହିଛନ୍ତି, ୧୨ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତଦିନ ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୩ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ବରଗଡ଼ ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri