ଆଜି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୧।୯(ବ୍ୟୁରୋ): ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟର କିଛି ସ୍ଥାନରେ ଲଘୁଚାପଜନିତ ବର୍ଷା ହୋଇଛି। କୋରାପୁଟରେ ସର୍ବାଧିକ ୩୫ ମିମି ବର୍ଷା ହୋଇଥିବାବେଳେ ନୟାଗଡ଼ରେ ୨୪.୩, ପାରଳାଖେମୁଣ୍ଡିରେ ୨୨, ଦାରିଙ୍ଗବାଡ଼ିରେ ୨୦, ଗୋପାଳପୁରରେ ୧୩, ମାଲକାନଗିରିରେ ୧୦.୪ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୧ ତାରିଖରୁ ଧୀରେ ଧୀରେ ବର୍ଷା ପରିମାଣ ବଢ଼ିପାରେ। ମୁଖ୍ୟତଃ ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଅଧିକ ବର୍ଷିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୧ ତାରିଖରେ ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର୍‌. ବିଶ୍ୱାସ କହିଛନ୍ତି, ୧୨ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତଦିନ ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୩ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ବରଗଡ଼ ଓ ଦେବଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri