Posted inରାଜ୍ୟ

୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୭ା୪(ବ୍ୟୁରୋ): ରାଜ୍ୟର ଉପକୂଳ ଓଡ଼ିଶାରେ ତାତିର ପ୍ରକୋପ ହ୍ରାସପାଇଛି। ସମୁଦ୍ର ଆଡୁ ପବନ ବହୁଥିବାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପାରଦ ୪୦ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆସନ୍ତା ୮ ତାରିଖରୁ ୧୧ ତାରିଖ ମଧ୍ୟରେ ରାଜ୍ୟର ଅନେକ ଭାଗରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୮ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ,ଯାଜପୁର, ଗଞ୍ଜାମ, କନ୍ଧମାଳ, ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୯ ତାରିଖରେ କେନ୍ଦୁଝର,ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, କଟକ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ଅନୁଗୋଳ, ଖୋର୍ଦ୍ଧା ଏବଂ ୧୦ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ ଏବଂ ମୟୂରଭଞ୍ଜ ଜିଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଘଣ୍ଟାକୁ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳରେ ସାମାନ୍ୟ ଆଶ୍ୱସ୍ତି ଥିବା ବେଳେ ପଶ୍ଚମ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପାରଦ ଉପର ମୁହାଁ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଟିଟିଲାଗଡରେ ସର୍ବାଧିକ ୪୨.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ମାଲକାନଗିରି ୪୧, ବଲାଙ୍ଗୀର ୪୧.୫, ଭବାନୀପାଟଣା ୪୦.୮, ସୋନପୁର ୪୧, ବୌଦ୍ଧ ୪୧ ଏବଂ ରାୟଗଡାରେ ସର୍ବାଧିକ ତାପମାତ୍ରା ୪୦.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri