୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ପୁରୀ, କେନ୍ଦୁଝର, ଗଞ୍ଜାମ ଏବଂ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ। ଆସନ୍ତା ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ସର୍ବାଧିକ ୪୮.୩ ମିଲିମିଟର ବର୍ଷା ହୋଇଛି। ସେହିପରି କଟକରେ ୩୭.୨, ପାରାଦୀପରେ ୧୨.୯, ଭୁବନେଶ୍ୱରରେ ୯.୨, ଗୋପାଳପୁରରେ ୧୯.୮, ପୁରୀରେ ୪୩.୩, ହୀରାକୁଦରେ ୨୧.୭, ତାଳଚେରରେ ୨୭, ଭବାନୀପାଟଣାରେ ୨୭, ବଲାଙ୍ଗୀରରେ ୩୮, ଫୁଲବାଣୀରେ ୧୦.୨, ମାଲକାନଗିରିରେ ୨୨, ଟିଟିଲାଗଡ଼ ୧୬.୪ ଏବଂ ନୟାଗଡ଼ରେ ୩୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri