୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲାଗୁଡ଼ିକ ହେଲା ମାଲକାନଗିରି, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କୋରାପୁଟ ଓ କେନ୍ଦୁଝର। ତେବେ ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, କଟକ, ଦେବଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, କଳାହାଣ୍ଡି, କୋରାପୁଟ, ନୂଆପଡ଼ା, ଖୋର୍ଦ୍ଧା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଦୁର୍ବଳ ରହିଛି।  ଅଧା ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହେଲାଣି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ରାଜ୍ୟରେ ଜୁନ୍‌ ପହିଲାରୁ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ସ୍ବାଭାବିକଠାରୁ ୧୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ସ୍ବାଭାବିକ ଭାବେ ରାଜ୍ୟରେ ୫୭୩.୪ ମିଲିମିଟର ହେବା ଜାଗାରେ ହୋଇଛି ୪୭୮.୮ ମିଲିମିଟର ।

ତେବେ ଅଗଷ୍ଟ ୪ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଚାଷୀଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇପାରେ। ଲଘୁଚାପ ପ୍ରଭାବରେ ଅଗଷ୍ଟ ୩ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହୋଇପାରେ। ଅଗଷ୍ଟ ୪ରୁ ୬ ତାରିଖ ମଧ୍ୟରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି । ବିଶେଷକରି କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri