୫ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଝାସୁଗୁଡା, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହି ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ମୌସୁମୀ ଦୁର୍ବଳ ରହିଥିବାରୁ ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ମାଲକାନଗିରିରେ ୫୭.୪ ପ୍ରତିଶତ ବର୍ଷା ରେକର୍ଡ କରାଯାଇଥିବା ବେଳେ କୋରାପୁଟ ୧୬, ହୀରାକୁଦ ୧୧.୪, ବାଲେଶ୍ୱର ୧୯.୬, ପାରାଦୀପ ୮ ଏବଂ କେନ୍ଦୁଝର ଜିଲାରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।