୧୭ରେ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ୧୭ ଏବଂ ୧୮ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୧୭ ତାରିଖରେ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ୧୮ ତାରିଖ ବେଳକୁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଜିଲାରେ ହାଲୁକା ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି।