ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବ। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋ ୱାର୍ନିଂ ଜାରି କରାଯାଇଛି। ସମୁଦ୍ର ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବ। ଆସନ୍ତା ୨୨ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି।