୧୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୨(ବ୍ୟୁରୋ):ଆସନ୍ତା ୧୫ ତାରିଖ ଯାଏ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଟପିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତ୍ରିର ତାପମାତ୍ରାରେ ମଧ୍ୟ ବୃଦ୍ଧି ଘଟିବ। ଓଡ଼ିଶା ଉପରେ ଏକ ଟ୍ରପଲାଇନ ରହିଛି। ଆସନ୍ତା ୧୬ ତାରିଖରେ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। ଉପକୂଳ ସମେତ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର କେତେକ ଜାଗାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବୁଧବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା ୧୦.୫, କୋରାପୁଟରେ ୧୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ରାଜ୍ୟର ଅନ୍ୟାନ୍ୟ ଭାଗରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ ଉପରେ ରହିଛି।