୨୧ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮୧(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। କେତେକ ଜିଲାରେ ଘନ କୁହୁଡ଼ି ଯୋଗୁ ଯାତାୟାତରେ ବାଧା ସୃଷ୍ଟି କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେହିପରି ୧୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଏବଂ କଟକ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଏବଂ ୨୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଏବଂ କଟକ ଜିଲାର କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗତ ଦୁଇଦିନ ହେବ ରାଜ୍ୟରେ ଶୀତ ସାମାନ୍ୟ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ସୋମବାର ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୦.୫ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୧୧.୮, ବାରିପଦା ୧୨, ଚାନ୍ଦବାଲି ୧୨.୨ ଏବଂ ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୨.୪ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୦ ତାରିଖରୁ ଶୀତର ପ୍ରକୋପ ହ୍ରାସ ପାଇବ। ୨୧ରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି। ୨୩ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri