ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ-ପଶ୍ଚିମ ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ ସକ୍ରିୟ ରହିଛି। ଦୁର୍ବଳ ହେବା ପରେ ପାଗ ବଦଳିବା ସହ ବର୍ଷା କମିଛି, ଆସନ୍ତା ୫ ଦିନ ପର୍ଯ୍ୟନ୍ତ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ଗୁରୁବାର କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ, ବୌଦ୍ଧ ଓ ମୟୂରଭଞ୍ଜ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩ଟି ସ୍ଥାନରେ ବର୍ଷା ହୋଇଥିବାବେଳେ ମୟୂରଭଞ୍ଜ ଉଦଳାରେ ସର୍ବାଧିକ ୧୫.୪ ମିମି ବର୍ଷା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?