ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାନିଂ

ଭୁବନେଶ୍ୱର, ୧୪।୫(ଅନୁରାଧା ମହାରଣା):ରାଜ୍ୟରେ ଅସମ୍ଭାଳ ଖରା ସହ ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟ୍‌କା ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମସ୍ତ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ପାଇଁ ୟେଲୋ ଓ୍ବାର୍ନିଂ ରହିଛି। ସୂଚନା ଥାଉକି, ମଙ୍ଗଳବାର ନୟାଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଯାଜପୁର, ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri