ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାନିଂ

ଭୁବନେଶ୍ୱର, ୧୪।୫(ଅନୁରାଧା ମହାରଣା):ରାଜ୍ୟରେ ଅସମ୍ଭାଳ ଖରା ସହ ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟ୍‌କା ପବନ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କନ୍ଧମାଳ, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଓ କଟକ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଏହି ସମସ୍ତ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ପାଇଁ ୟେଲୋ ଓ୍ବାର୍ନିଂ ରହିଛି। ସୂଚନା ଥାଉକି, ମଙ୍ଗଳବାର ନୟାଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଯାଜପୁର, ଢେଙ୍କାନାଳ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri