ରାଜ୍ୟରେ ଝଡ଼ବର୍ଷା ହେବାର ସମ୍ଭାବନା: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭।୩(ଅନୁରାଧା ମହାରଣା)- ରାଜ୍ୟର ଅଧିକାଂଶ ଜିଲାରେ ଦିନର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଥିବାବେଳେ ଅନ୍ୟ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ର କମିପାରେ। ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହେବ ନାହିଁ। ସେହିପରି ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆସନ୍ତା ୨ଦିନ ପାଇଁ ରାଜ୍ୟର ଅଧାରୁ ଅଧିକ ଜିଲାକୁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୨୦ ତାରିଖ ପାଇଁ ରାଜ୍ୟରେ ପ୍ରାୟ ୮ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ଅନ୍ୟପଟେ ଘଡ଼ଘଡ଼ି ଓ ବିଜୁଳି ଡ଼ର ରହିଥିବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିପଦରୁ ସୁରକ୍ଷିତ ରହିବା ପାଇଁ ପରାମର୍ଶ ଦିଅଯାଇଛି। ସୂଚନା ଥାଉକି, ସୋମବାର ରାଜ୍ୟର ୨୦ରୁ ଅଧିକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମାତ୍ର କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର କେତକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତତସିଂହପୁର, ଅନୁଗୁଳ, ଢ଼େଙ୍କାନାଳ ଓ ଦେବଗଡ଼କୁ ୟେଲୋ ଓ୍ବାର୍ନିଂ ରହିଛି।
୧୯ ତାରିଖ ଅପରାହ୍ନ ବେଳକୁୂ ରାଜ୍ୟର ଅନେକାଂଶରେ ଝଡ଼ବର୍ଷା ସମ୍ଭାବନା ରହିଛି। ୪୦-୫୦ କିମି ଘଣ୍ଟା ପ୍ରତି ବେଗରେ ପବନ ବହିବା ସହ ବର୍ଷା ହୋଇପାରେ। ଘଡ଼ଘଡ଼ି ବିଜୁଳି ପାଇଁ ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ୧୨ ଜିଲାକୁ ୍ରେଲୋ ଓ୍ବାର୍ନିଂ ରହିଛି।
୨୦ ତାରିଖରେ ମଧ୍ୟ ଝଡ଼ବର୍ଷା ନେଇ ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ୫ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri