ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ଜଣକ ସ୍ଥାନୀୟ ବାନ୍ଦୁଟିକ୍ରା ନିବାସୀ ଚନ୍ଦନ ରାଉତ ବୋଲି ଜଣାପଡିଛି। ମୃତକଙ୍କ ଶରୀର ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବା ସ୍ଥାନୀୟ ଲୋକେ ଶନିବାର ସକାଳୁ ଦେଖିବାକୁ ପାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତନାଘନା ଚଲାଇଛି।