ଚନ୍ଦା କୋଚ୍ଚର, ସ୍ବାମୀଙ୍କ ବିରୋଧରେ ଇଡି ଚାର୍ଜଶିଟ୍‌

ମୁମ୍ବାଇ: ଆଇସିଆଇସିଆଇ ବ୍ୟାଙ୍କ ଏବଂ ଭିଡିଓକନ ଋଣ ମାମଲାରେ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାର୍ଜଶିଟ କରିଛି। ଚାର୍ଜଶିଟରେ ଭିଡିଓକନ ଗ୍ରୁପ୍‌ ପ୍ରମୋଟର ବେଣୁଗୋପାଳ ଧୂତଙ୍କ ସମେତ ଅନ୍ୟ ୭ ଜଣକ ନାମ ରହିଛି। ଚାର୍ଜଶିଟ୍‌କୁ ଇଡି ଅଦାଲତରେ ଦାଖଲ କରିଛି। ଏହି ମାମଲାରେ ଦୀପକ କୋଚ୍ଚରଙ୍କୁ ଚଳିତ ବର୍ଷ ସେପ୍ଟେମ୍ବରରେ ଗିରଫ କରାଯାଇଥିଲା। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମାମଲା ଦାଏର କରିବା ପରେ ଇଡି ଏହି ମାମଲା ଉପରେ ଅଧିକ ଖୋଳତାଡ କରିବା ଲାଗି ପ୍ରକ୍ରିୟା ଜାରି ହୋଇଥିଲା। ଚନ୍ଦା କୋଚ୍ଚର, ଦୀପକ କୋଚ୍ଚରଙ୍କ ସମେତ ଅନ୍ୟମାନଙ୍କ ବିରୋଧରେ ଆପରାଧିକ ମାମଲା ମଧ୍ୟ ରୁଜୁ କରାଯାଇଥିଲା।
୧୧ ନଭେମ୍ବରରେ ଏହି ମାମଲାର ଶୁଣାଣି ହେବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଆଇସିଆଇସିଆଇ ବ୍ୟାଙ୍କ ଭିଡିଓକନ ଗ୍ରୁପ୍‌କୁ ୧୮୭୫ କୋଟି ଟଙ୍କାର ଋଣ ପ୍ରଦାନ କରିଛି। ୨୦୦୯ରୁ ୨୦୧୧ ମଧ୍ୟରେ ଏହି ଋଣ ଦିଆଯାଇଥିଲା। ବ୍ୟାଙ୍କ ପକ୍ଷରୁ ମୋଟ ୬ଟି ଋଣକୁ ମଞ୍ଜୁରୀ ଦିଆଯାଇଥିଲା। ଏହି ପ୍ରକ୍ରିୟାରେ ବିଭିନ୍ନ ପ୍ରସଙ୍ଗକୁ ଅଣଦେଖା କରାଯାଇଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି। ଏଭଳି ବିଭିନ୍ନ ପ୍ରମାଣ ଇଡି କୋର୍ଟଙ୍କ ସାମ୍ନାରେ ରଖିଛି। ଇଡି ବର୍ତ୍ତମାନ କୋଚ୍ଚରଙ୍କ ପରିବାରର ସମ୍ପତ୍ତିକୁ ଜବତ କରିଛି। ଚନ୍ଦା କୋଚ୍ଚର ସେହି ସମୟରେ ଋଣ ପ୍ରଦାନ କରୁଥିବା କମିଟିରେ ସାମିଲ ଥିଲେ। ଭିଡିଓକନ ଗ୍ରୁପ୍‌କୁ ଋଣ ପ୍ରଦାନ ଦ୍ୱାରା ଚନ୍ଦାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କ କମ୍ପାନୀକୁ ଅର୍ଥ ରାଶି ମିଳିଥିବା ମଧ୍ୟ ତଦନ୍ତରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri