ଚନ୍ଦା କୋଚ୍ଚରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଆଇସିଆଇସିଆଇ ବ୍ୟାଙ୍କ ଏବଂ ଭିଡିଓକନ ବେଆଇନ ଅର୍ଥ କାରବାର ମାମଲାରେ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚରଙ୍କୁ ଆଶ୍ୱସ୍ତି ମିଳିଛି। ବେଆଇନ ଅର୍ଥ କାରବାର ନିରୋଧୀ ଆଇନ(ପିଏମ୍‌ଏଲ୍‌ଏ)ର ସ୍ବତନ୍ତ୍ର କୋର୍ଟ ଚନ୍ଦାଙ୍କୁ ଶୁକ୍ରବାର ଜାମିନ ପ୍ରଦାନ କରିଥିବା ଜଣାପଡିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ମାମଲାରେ ଚନ୍ଦା କୋଚ୍ଚର, ତାଙ୍କ ସ୍ବାମୀ ଦୀପକ କୋଚ୍ଚର, ଭିଡିଓକନ ଗ୍ରୁପ୍‌ ଅଫ୍‌ କମ୍ପାନୀର ପ୍ରମୋଟର ବେଣୁଗୋପାଳ ଧୂତଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ଚନ୍ଦା କୋଚ୍ଚର ତାଙ୍କ ଓକିଲ ବିଜୟ ଅଗ୍ରଓ୍ବାଲଙ୍କ ଦ୍ୱାରା ଏ.ଏ. ନନ୍ଦଗାଓଁକରଙ୍କ ନିକଟରେ ଜାମିନ ଲାଗି ଆବେଦନ କରିଥିଲେ। ୫ ଲକ୍ଷ ଟଙ୍କା ବଣ୍ଡ୍‌ରେ ଅଦାଲତ ତାଙ୍କୁ ଜାମିନ ଦେଇଛନ୍ତି। କୋଚ୍ଚର, ଧୂତ ଏବଂ ଅନ୍ୟ ବ୍ୟକ୍ତିବିଶେଷଙ୍କ ନାମରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଏଫ୍‌ଆଇଆର୍‌ ଦାୟର କରିଥିଲା। ଆପରାଧିକ ମାମଲା ଦାୟର ହେବା ପରେ ଇଡି ୨୦୨୦ ସେପ୍ଟେମ୍ବରରେ ଚନ୍ଦାଙ୍କୁ ଗିରଫ କରିଥିଲା। ସୂଚନାଯୋଗ୍ୟ, ଭିଡିଓକନ ଗ୍ରୁପ୍‌ ଋଣ ପ୍ରଦାନ ଦ୍ୱାରା ଚନ୍ଦାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କ କମ୍ପାନୀ ନ୍ୟୁ ପାଓ୍ବାର ରିନୁଏବଲ ଲିମିଟେଡ୍‌ ଅନୁକମ୍ପା ଭାବେ ୬୪ କୋଟି ଟଙ୍କା ଲାଭ କରିଥିବା ତଦନ୍ତକାରୀ ଏଜେନ୍ସି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ

ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri