ପାରିବାରିକ କଳହରୁ ବାପା-ମାଆଙ୍କୁ ହାଣିଦେଲା ପୁଅ; ଦୁହେଁ ଗୁରୁତର

ଚାନ୍ଦବାଲି,୨୨।୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅନ୍ତର୍ଗତ ତଳବନ୍ଧ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଜଣେ ପୁଅ ନିଜ ବାପା ଓ ମାଆଙ୍କୁ ଧାରୁଆ ଅସ୍ତ୍ରରେ ହାଣି ଦେଇଛି।

ଆକ୍ରମଣରେ ବୃଦ୍ଧ ବାପା ଓ ମାଆ ଉଭୟ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ମାତ୍ର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Share