ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ କାର୍ଯ୍ୟରତ ଥିଲେ। କିଛିଦିନ ହେବ କିଡ୍‌ନୀ ରୋଗରେ ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ସୋମବାର ଚନ୍ଦାହାଣ୍ଡିସ୍ଥିତ ନିଜ ଘରକୁ ଫେରିଥିଲେ। ତେବେ ବୁଧବାର ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତ୍ୟୁ ବେଳକୁ ଦିଲୀପଙ୍କ ସ୍ତ୍ରୀ ଇନ୍ଦୁରେଖା, ଝିଅ ବର୍ଷା, ପୁଅ ଲିପୁନ, ପୁତୁରା ହିମାଂଶୁ, ଦୀପକ ପାଖରେ ଥିଲେ। ଦିଲୀପଙ୍କ ମୃତ୍ୟୁଖବର ପାଇ ପୂର୍ବତନ ଏମ୍‌ପି ରମେଶ ଚନ୍ଦ୍ର ମାଝୀ, ପୂର୍ବତନ ପିସିସି ସାଧାରଣ ସମ୍ପାଦକ କ୍ଷେମାରାଜ୍‌ ବାଗ, ଏମ୍‌ଡି ହୁସେନ, ସମିତି ସଭ୍ୟ ସନ୍ତୋଷ ପଟ୍ଟନାୟକ, ଭାଜପା ନେତା ଆକୁଲ ଜାଲି, ଛତିଶଗଡ଼ ଗରିଆବନ୍ଧ ଜିଲା ପରିଷଦ ଅଧ୍ୟକ୍ଷ ଗୌରୀଶଙ୍କର କଶ୍ୟପ, ରାୟଗଡ଼ା ସଂସ୍କରଣ ମ୍ୟାନେଜର ବିକାଶ କୁମାର ପଲାଇ, ପ୍ରସାରଣ ବିଭାଗର ବିଶ୍ୱଜିତ୍‌ ପାଲଟାସିଂ, ଜିଲା ପ୍ରତିନିଧି ସଦାଶିବ ପ୍ରହରାଜ, ଝରିଗାଁ ପ୍ରତିନିଧି କିଶୋର ଚନ୍ଦ୍ର ମଣ୍ଡଳ, ଉମରକୋଟ ପ୍ରତିନିଧି ସନ୍ତୋଷ ଶତପଥୀ, ରାଇଘର ପ୍ରତିନିଧି କିରଣ ପଟ୍ଟନାୟକ ପ୍ରମୁଖ ତାଙ୍କ ଶେଷ ଦର୍ଶନ କରିଥିଲେ। ଗାଁ ମଶାଣିରେ ଅନ୍ତିମ ସତ୍କାର କରାଯାଇଥିଲା। ପୁଅ ଲିପୁନ୍‌ ମୁଖାଗ୍ନି ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri