୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି ଚନ୍ଦାହାଣ୍ଡି ଥାନା ଅଧିନସ୍ତ ଲୋଧୁଆ ପଡ଼ା ଗ୍ରାମ ନିକଟରେ ଅଟକେଇ ଥିଲେ । ସେମାନଙ୍କୁ ୪୪ ଡିଗ୍ରୀ ଖରାରେ କାନ ଧରି ଆଣ୍ଠେଇ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିଲେ । ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ।

ଏହାପରେ ଚନ୍ଦାହାଣ୍ଡି ବ୍ଲକର ଅନୁସୂଚିତ ଜାତି ଜନଜାତି, ପଛୁଆ ବର୍ଗ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ବ୍ୟକ୍ତି ଆଜି ସକାଳୁ ଚନ୍ଦାହାଣ୍ଡି ଥାନା ଘେରାଉ କରିଛନ୍ତି । ପୋଲିସ ସମସ୍ତ ଅଭିଯୁକ୍ତକୁ ଗିରଫ ନକରିବା ପର୍ଯ୍ୟନ୍ତ ଥାନା ସମ୍ମୁଖରୁ ହଟିବୁ ନାହିଁ ବୋଲି ଚେତାବନି ଦେଇଛନ୍ତି । ପୋଲିସ ଜଣେ ଅଭିଯୁକ୍ତ ଶ୍ରୀମନ୍ତ ରଥକୁ ଅଟକ ରଖିଥିବା ସହ ଚନ୍ଦାହାଣ୍ଡି ଥାନାରେ ଏକ ମାମଲା ରୁଜୁ ହୋଇଥିବା ପୋଲିସ ପ୍ରକାଶ କରିଛି ।

ଗତ ୨୧ ତାରିଖ ଗୁରୁବାର ଦିନ ରାଇଘର ଭାରସୋଣ୍ଡି ଅଞ୍ଚଳର କିଛି ବଙ୍ଗୀୟ, ଆଦିବାସୀ, ଗୌଡ଼ ସମ୍ପ୍ରଦାୟର କିଛି ଚାଷୀମାନେ ନିଜ ଗୁରୁ ଗୁଡ଼ିକୁ ଚନ୍ଦାହାଣ୍ଡି ବ୍ଲକର ଡହିମାଲ ଗ୍ରାମରେ ଚରେଇବାକୁ ଦେଇଥିଲେ । ତେବେ ଚାଷ ଋତୁ ପାଖେଇ ଆସିଥିବାରୁ ନିଜ ଗାଁକୁ ବଳଦ ସବୁକୁ ନେଇକି ଯାଉଥିଲେ। ଏହି ସମୟରେ ନିଜକୁ ବଜରଙ୍ଗ ଦଳ ସଦସ୍ୟ ବୋଲି ପରିଚୟ ଦେଇ ଚାଷୀମାନଙ୍କୁ ବଳଦ ସହ ଅଟକାଇଥିଲେ । ପ୍ରଚଣ୍ଡ ଖରାରେ ଆଣ୍ଠେଇ ଆଣ୍ଠେଇ ଚଲାଇ ଚଲାଇ ନେଇଥିଲେ ଓ ବିଭିନ୍ନ ପ୍ରକାର ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ଜାତିଆଣ ଆକ୍ଷେପ କରି ଏହାର ଭିଡ଼ିଓ ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଛାଡିଥିଲେ।

ତେବେ ଏହି ସବୁ ଭିଡିଓ ଭାଇରାଲ ପରେ ଏହା ଚନ୍ଦା ହାଣ୍ଡି ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଭିନ୍ନ ମହଲରେ ଏହି ଘଟଣାକୁ ତୀବ୍ର ନିନ୍ଦା କରିଥିବା ବେଳେ ଆଜି ଚନ୍ଦା ହାଣ୍ଡି ବ୍ଲକ୍ ଏସସି,ଏସଟି ଓବିସୀ ଓ ସଂଖ୍ୟାଲଘୁ ମହା ସଂଘ ବଜାର ପଡ଼ିଆରେ ଏକତ୍ରିତ ହୋଇ ଚନ୍ଦା ହାଣ୍ଡି ଥାନାକୁ ଯାଇଥିଲେ । ଥାନ ଘେରାଉ କରି ସଂମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ନହେବା ପର୍ଯ୍ୟନ୍ତ ଥାନା ସାମ୍ନାରେ ଧାରଣା ଦେବେ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?