ଚନ୍ଦକାରେ ହେବ ହସ୍ତୀ ଥଇଥାନ କେନ୍ଦ୍ର

ଭୁବନେଶ୍ୱର,୧୬।୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର କୁମାରଖୁଣ୍ଟିଠାରେ ହସ୍ତୀ ଥଇଥାନ କେନ୍ଦ୍ର ସ୍ଥାପନ ହେବ। ସାଢ଼େ ଦଶ ହେକ୍ଟର ପରିମିତ ସ୍ଥାନରେ ପ୍ରାୟ ୬ କୋଟି ଟଙ୍କା ବ୍ୟୟରେ ଏହି କେନ୍ଦ୍ର ନିର୍ମାଣ କରାଯିବ। ଆବଶ୍ୟକସ୍ଥଳେ ଏହିଭଳି ୪ଟି ଅସ୍ଥାୟୀ ହାତୀ ଆଶ୍ରୟସ୍ଥଳ କରାଯିବ। ଉଦ୍ଧାର କରାଯାଇଥିବା ହାତୀଙ୍କୁ ଏଠାରେ ଆଶ୍ରୟ ଦେଇ ସେବା ଶୁଶ୍ରୁଷା ଓ ଚିକିତ୍ସା କରାଯିବ। ମା’ଠାରୁ ପୃଥକ ହୋଇଯାଇଥିବା ହାତୀଶାବକଙ୍କୁ ମଧ୍ୟ ଏଠାରେ ରଖାଯିବ। ଅଭିଜ୍ଞ ମାହୁନ୍ତମାନେ ସେମାନଙ୍କ ଦାୟିତ୍ୱରେ ରହିବେ। ହାତୀ ଚିକିତ୍ସା କ୍ଷେତ୍ରରେ ଅଭିଜ୍ଞତା ଅର୍ଜନ କରିଥିବା ଅବସରପ୍ରାପ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିୟୋଜିତ କରାଯାଇ ହାତୀ ଚିକିତ୍ସାକୁ ତ୍ୱରାନ୍ବିତ କରାଯିବ। ସେଠାରେ ମାହୁନ୍ତଙ୍କ ରହିବା ପାଇଁ ଘର, ପ୍ରାଣୀ ଚିକିତ୍ସା ପ୍ରୟୋଗ ଶାଳା, ରନ୍ଧନ ଶାଳା ଆଦିର ବ୍ୟବସ୍ଥା ରହିବ। ହାତୀଙ୍କ ଖାଇବା ପାଇଁ ଘାସ, ଗଛପତ୍ର ଆଦିର ସ୍ବତନ୍ତ୍ର ଓ ପର୍ଯ୍ୟାପ୍ତ ବ୍ୟବସ୍ଥା କରାଯିବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ମିଳି ସାରିଥିବାବେଳେ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମକେଶରୀ ଆରୁଖ ଏହି କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରାୟ ତିନିମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରହିଛି। ସୂଚନାଯୋଗ୍ୟ, ଓଡ଼ିଶା ଭଳି ସାରା ଦେଶରେ ହାତୀ ସୁରକ୍ଷା ବଡ଼ ପ୍ରସଙ୍ଗ ହୋଇଛି। ବିଶେଷକରି ହାତୀ ଜନବସତି ମଧ୍ୟରେ ପ୍ରବେଶ କରି କ୍ଷତି ଘଟାଇବା ଓ ହାତୀ-ମଣିଷ ଲଢ଼େଇରେ ଅନେକ ସମୟରେ ଉଭୟଙ୍କ ଜୀବନ ଯାଉଛି। ଏଭଳି ସମସ୍ୟାର ସମାଧାନ ପାଇଁ କେନ୍ଦ୍ର ସରକାର ବିସ୍ତୃତ ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିସହ ‘ପ୍ରକଳ୍ପ ହାତୀ’ ସମଗ୍ର ଦେଶରେ କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନାରେ ହାତୀ ଉଦ୍ଧାର ଓ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା ଅନ୍ୟତମ ରହିଛି। ଗତ ହାତୀଗଣନା ଅନୁଯାୟୀ, ଓଡ଼ିଶାରେ ପ୍ରାୟ ୨ହଜାର ହାତୀ ରହିଛନ୍ତି। ମଣିଷ-ହାତୀ ସଂଘର୍ଷରେ ପ୍ରତିବର୍ଷ ପ୍ରାୟ ୮୦ ହାତୀ ମୃତ୍ୟୁମୁଖରେ ପଡ଼ୁଥିବାବେଳେ ପ୍ରାୟ ୧୦୦ ଲୋକଙ୍କ ଜୀବନ ଯାଉଛି। ଏହାବ୍ୟତୀତ ବନ କର୍ମଚାରୀ ଓ ଅନ୍ୟ ସାଧାରଣ ଲୋକଙ୍କ ଧନଜୀବନ ହାନି ଘୁଟଛି। ନିକଟ ଅତୀତରେ ଯାଜପୁର, ଢେଙ୍କାନାଳ ଓ ଖୋର୍ଦ୍ଧା ବନଖଣ୍ଡରେ ଏହିଭଳି ଘଟଣା ଘଟିଛି। ତେଣୁ ଜଙ୍ଗଲ ଅଞ୍ଚଳରେ ବ୍ୟାପକ ଭିତ୍ତିଭୂମିର ବିକାଶ, ଜନବସତି ବୃଦ୍ଧି ଓ ଜଙ୍ଗଲ ଜମିର ପରିବର୍ତ୍ତନ ଯୋଗୁ ହାତୀ ଆଶ୍ରୟସ୍ଥଳ କମିଯିବା ଏହି ସମସ୍ୟାର ମୂଳ କାରଣ ବୋଲି କୁହାଯାଉଛି। ତେଣୁ ଏହାର ସମାଧାନ ଅତ୍ୟନ୍ତ ଆବଶ୍ୟକ ହୋଇଥିବାବେଳେ ଏହି ଥଇଥାନ କେନ୍ଦ୍ର ବା ଅସ୍ଥାୟୀ ଆଶ୍ରୟସ୍ଥଳ ପ୍ରତିଷ୍ଠା ହାତୀଉଦ୍ଧାର ଓ ପୁନର୍ବାସ କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ପାଲଟିବ। ‘ପ୍ରକଳ୍ପହାତୀ’ ଯୋଜନାକୁ ସମୁଚିତ ଭାବେ ରୂପାୟନ କରାଯିବ ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି। ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ବିଭାଗୀୟ ଅତିରିକ୍ତ ଶାସନ ସଚିବ ମୋନାଶର୍ମା, ପିସିସିଏଫ୍‌(ବନ୍ୟପ୍ରାଣୀ) ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ହରିଶଙ୍କର ଉପାଧ୍ୟାୟ ଓ ବିଭାଗୀୟ ଉଚ୍ଚ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri