ପଟ୍ଟାଙ୍ଗିରେ ଚନ୍ଦନ, କୁନ୍ଦୁରାରେ ସ୍ନେହାସ୍ମିତା ଟପ୍ପର୍‌

ପଟ୍ଟାଙ୍ଗି/କୁନ୍ଦୁରା,୨ା୫(ଶରତ କୁମାର ଧଳ/ସନ୍ତୋଷ ପ୍ରହରାଜ): ରାଜ୍ୟରେ ମାଟ୍ରିକ୍‌ ପରୀକ୍ଷା ରେଜଲ୍ଟ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶ ପାଇଥିବା ବେଳେ ପଟ୍ଟାଙ୍ଗି ବ୍ଲକ୍‌ରେ ପୁକାଲି ନୋଡାଲ୍‌ ହାଇସ୍କୁଲର ଛାତ୍ର ଚନ୍ଦନ ବୁରୁଡି ଟପ୍ପର ହୋଇଛନ୍ତି। ଚନ୍ଦନ ୪୪୨ ମାର୍କ ରଖି ବ୍ଲକ୍‌ ପାଇଁ ଗୌରବ ଆଣିଛନ୍ତି। ତାଙ୍କ ପାଇଁ ପୁକାଲି ହାଇସ୍କୁଲ ଗର୍ବିତ ବୋଲି ପ୍ରଧାନ ଶିକ୍ଷୟିତ୍ରୀ ଦୀପଶିଖା ବେହେରା କହିଛନ୍ତି। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ସହଯୋଗ ଓ ମା’ବାପାଙ୍କ ଆଶୀର୍ବାଦରେ ସେ ଏହି କୃତିତ୍ୱ ହାସଲ କରିଥିବା ଚନ୍ଦନ କହିଛନ୍ତି।

ସୂଚନାଯୋଗ୍ୟ,ଏହି ବିଦ୍ୟାଳୟରେ ମୋଟ ୭୯ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୮ ଜଣ ଫେଲ୍‌ ହୋଇଛନ୍ତି। ବି ୧ ଜଣେ, ବି ୨ ଜଣେ, ସି ଗ୍ରେଡ୍‌ରେ ୧୪, ଡିରେ ୪୩, ଇରେ ୧୨ ଜଣ ପାସ୍‌ ହୋଇଥିବା ଜଣାପଡ଼ିଛି। ବ୍ଲକ୍‌ ସଦର ମହକୁମା ନୋଡାଲ୍‌ ହାଇସ୍କୁଲର ୧୪୬ଛାତୀଛାତ୍ରଙ୍କ ମଧ୍ୟରୁ ୧୧୭ଜଣ ପାସ ହୋଇଛନ୍ତି।

କୁନ୍ଦୁରା ବ୍ଲକ୍‌ ଅନ୍ତର୍ଗତ ଲିମା ପଞ୍ଚାୟତ ସଦର ମହକୁମା ଆବାସିକ ବିଦ୍ୟାଳୟର ଛାତ୍ରୀ ସ୍ନେହାସ୍ମିତା ଚୌଧୁରୀ ମାଟ୍ରିକ୍‌ ପରୀକ୍ଷାରେ ବ୍ଲକ୍‌ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ୫୩୦ ମାର୍କ ରଖି ୮୯%ରେ ବ୍ଲକ୍‌ ଟପ୍ପର ହୋଇଛନ୍ତି। କୁନ୍ଦୁରା ବ୍ଲକ୍‌ ଲିମା ନିକଟସ୍ଥ ଘିଉରିଆଗୁଡ଼ା ଗ୍ରାମର ଖଗେଶ୍ୱର ଚୌଧୁରୀ ଓ ଲକ୍ଷ୍ମୀ ଚୌଧୁରୀଙ୍କ ଏକମାତ୍ର ଝିଅ। ସ୍ନେହା ବିନା ଟିଉଶନ୍‌ରେ ପାଠ ପଢ଼ି ବ୍ଲକ୍‌ରେ ପ୍ରଥମ ହୋଇ ଗୌରବ ଆଣିଛନ୍ତି। ସେ ସୁରଭି କାର୍ଯ୍ୟକ୍ରମରେ ଓ ଜିଲା ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରରେ ପ୍ରଶଂସିତ ହୋଇ ଓଡିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀଙ୍କଠାରୁ ପୁରସ୍କୃତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri