Posted inଜାତୀୟ

ପରଲୋକରେ ଚନ୍ଦନ ମିତ୍ର, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨।୯: ରାଜ୍ୟ ସଭାର ପୂର୍ବତନ ଏମ୍‌ପି ତଥା ଗଣମାଧ୍ୟମ ପ୍ରତିନିଧି ଚନ୍ଦନ ମିତ୍ରଙ୍କର ବୁଧବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀରେ ପରଲୋକ ଘଟିଛି। ତାଙ୍କ ପୁଅ କୁଶନ ମିତ୍ର ଏ ବିଷୟରେ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କ ୬୫ ବର୍ଷ ହୋଇଥିଲା। ସେ ପିୟୋନିୟର ସମ୍ପାଦକ ଥିଲେ। ଚନ୍ଦନ ମିତ୍ର ଭାଜପା କୋଟାରୁ ରାଜ୍ୟସଭାରେ ପହଞ୍ଚିଥିଲେ। କିନ୍ତୁ ୨୦୧୮ରେ ସେ ଭାଜପା ଛାଡି ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିଲେ। ବହୁ ନେତା ଚନ୍ଦନ ମିତ୍ରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଶ୍ରୀ ଚନ୍ଦନ ମିତ୍ରଙ୍କୁ ତାଙ୍କର ଜ୍ଞାନ ଏବଂ ବୁଦ୍ଧି ପାଇଁ ସ୍ମରଣ କରାଯିବ। ସେ ଗଣମାଧ୍ୟମରେ ତଥା ରାଜନୀତି ଜଗତରେ ନିଜର ପରିଚୟ ସୃଷ୍ଟି କରିଥିଲେ। ତାଙ୍କ ମୃତ୍ୟୁରେ ମୁଁ ଆଘାତ ପାଇଛି। ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି।

ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ସ୍ବପନ ଦାସଗୁପ୍ତା ଚନ୍ଦନ ମିତ୍ରଙ୍କ ସହ ଏକ ନିଜର ଏକ ଫଟୋ ଟୁଇଟରରେ ଅପଲୋଡ୍‌ କରି ଲେଖିଛନ୍ତି ଯେ ମୁଁ ୧୯୭୨ରେ ଏକ ସ୍କୁଲ ସମୟର ଫଟୋ ପୋଷ୍ଟ କରୁଛି। ତୁମେ ଯେଉଁଠାରେ ଥାଅ ମୋର ପ୍ରିୟ ବନ୍ଧୁ ଖୁସିରେ ରୁହ। ଅନ୍ୟ ଏକ ଟୁଇଟ୍‌ରେ ସେ କହିଛନ୍ତି ଯେ ମୁଁ ଆଜି ମୋର ନିକଟତମ ବନ୍ଧୁ, ପାୟୋନିୟର ସମ୍ପାଦକ ତଥା ପୂର୍ବତନ ଏମ୍‌ପି ଚନ୍ଦନ ମିତ୍ରଙ୍କୁ ହରାଇଲି। ଆମେ ଲା ମାର୍ଟିନେରେ ଛାତ୍ର ଭାବରେ ଏକାଠି ହୋଇ ସେଣ୍ଟ ଷ୍ଟିଫେନ୍ସ ଏବଂ ଅକ୍ସଫୋର୍ଡକୁ ପଢ଼ିବାକୁ ଯାଇଥିଲୁ। ଆମେ ଏକାସାଙ୍ଗରେ ସାମ୍ବାଦିକତାରେ ଯୋଗ ଦେଇଥିଲୁ। ଚନ୍ଦନ ମିତ୍ର ପାୟୋନିୟର ଖବରକାଗଜର ସମ୍ପାଦକ ଥିଲେ। ସେ ୨୦୦୩ ରୁ ୨୦୦୯ ପର୍ଯ୍ୟନ୍ତ ରାଜ୍ୟ ସଭାର ମନୋନୀତ ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ। ସେ ୨୦୧୦ ରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ୧୯୫୫ ଡିସେମ୍ବର ୧୨ରେ ସେ ହାଓ୍ବାଡାରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri