ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ ଅବସ୍ଥା ଗୁରୁତରଥିବାବେଳେ ାସମରନଙ୍କୁ କଟକ, ଭୁବନେଶ୍ବର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। SCB ଓ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୨ଜଣଙ୍କୁ ମୃତ ଘୋଷଣା କରିଛି।

ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ପୁରୀ ମୁଖ୍ୟ ଚିକିତ୍ସାଳୟରେ ଆବଶ୍ୟକ ସଂଖ୍ୟାରେ ଡାକ୍ତର ନ ଥିବାରୁ ଆହତଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଆହତଙ୍କ ମଧ୍ୟରେ କେତେଜଣ ଛୋଟ ପିଲା ରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପ୍ରାୟ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି। ଖବରପାଇ ଜିଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସ୍ପି ପିନାକ ମିଶ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?