ଚଳିତବର୍ଷ ଶ୍ରୀ ନୀଳମାଧବଙ୍କ ଚନ୍ଦନଯାତ୍ରା ବନ୍ଦ

ଖଣ୍ଡପଡ଼ା, ୨୩।୪: (ସ୍ବ.ପ୍ର.) ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ କଣ୍ଟିଲୋର ଶ୍ରୀ ନୀଳମାଧବ କ୍ଷେତ୍ର ସର୍ବଜନ ବିଦିତ ା ଏହି କ୍ଷେତ୍ରର ଚନ୍ଦନ ଯାତ୍ରା ଅନନ୍ୟ ା ପ୍ରତି ବର୍ଷ ଅକ୍ଷୟ ତୃତୀୟାଠାରୁ ୨୧ ଦିନ ଶ୍ରୀଜୀଉଙ୍କ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ ା
ଏହି ଅବସରରେ ଶ୍ରୀଜୀଉ ଚନ୍ଦନ ପୁଷ୍କରିଣୀରେ ଚାପ ଖେଳିବା ସହ ନୌକା ବିହାର କରିଥାଆନ୍ତି ା ତେବେ ଚଳିତବର୍ଷ ନୀଳମାଧବଙ୍କ ଚନ୍ଦନ ପୋଖରୀର ନବୀକରଣ କାମ ଚାଲିଥିବାରୁ ଏହି ପରମ୍ପରା ବନ୍ଦ ରହିବ ବୋଲି ସୂଚନା ମିଳିଛି ା ନୀଳମାଧବ ବିକାଶ ପ୍ରକଳ୍ପ ମାଧ୍ୟମରେ ଚନ୍ଦନ ପୋଖରୀର ପଙ୍କୋଦ୍ଧାର ଏବଂ ରିର୍ଟନିଂ ୱାଲ କାମ ଚାଲୁ ରହିଛି ା ଏଥି ସହିତ ମନ୍ଦିରର ବିଭିନ୍ନ ବିକାଶ କାମ ଚାଲିଛି ା
ଏହି ପରିପ୍ରେକ୍ଷୀରେ ଉକ୍ତ ପରମ୍ପରାକୁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି ା ଏହାକୁ ନେଇ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ା
ସୂଚନାଯୋଗ୍ୟ, ପୁରୀ ଶ୍ରୀମନ୍ଦିର ପୂଜା ନୀତି ସହ ନୀଳମାଧବଙ୍କ ପୂଜାନୀତିରେ କୌଣସି ଫରକ ନାହିଁ ା ଶ୍ରୀ ଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଚନ୍ଦନ ଯାତ୍ରା ଅନ୍ୟତମ ା ଏହି ଅବସରରେ ନୀଳମାଧ ବଜୀଉଙ୍କ ଚଳନ୍ତି ପ୍ରତିମା ମଦନ ମୋହନ,ଲକ୍ଷ୍ମୀ, ସରସ୍ବତୀ,ଶିବ ଓ ପାର୍ବତୀଙ୍କ ସହ ପ୍ରତ୍ୟେହ ଗୋଧୂଳି ବେଳାରେ ପୃଥକ ପୃଥକ ମଣିବିମାନରେ ଜଳକ୍ରୀଡା ପାଇଁ ଚନ୍ଦନ ପୁଷ୍କରିଣୀରେ ବିଜେ କରିଥାଆନ୍ତି ା ପ୍ରଚଣ୍ଡ ରୌଦ୍ର ତାପରୁ ରକ୍ଷା ପାଇବା ପାଇଁ ମନ୍ଦିରରେ ବିଗ୍ରହମାନଙ୍କୁ ଚନ୍ଦନ ଲାଗି କରାଯିବାର ବିଧି କାହିଁ କେଉଁ କାଳରୁ ପ୍ରଚଳିତ ଅଛି ା ଏ ସମ୍ପର୍କରେ ଖଣ୍ଡପଡ଼ା ତହସିଲଦାର ତଥା ଦେବୋତ୍ତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲିପ୍‌ସା ରାୟଙ୍କ ସହ ଯୋଗାଯୋଗ କରିବାରେ ଚନ୍ଦନ ପୁଷ୍କରିଣୀର ପୁନରୁଦ୍ଧାର କାର୍ଯ୍ୟ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହୋଇ ପାରୁ ନ ଥିବାରୁ ଠାକୁରଙ୍କ ଚନ୍ଦନ ନୀତି ବିଧି ବ୍ୟବସ୍ଥା କ୍ରମେ ମନ୍ଦିରରେ ସମ୍ପନ୍ନ ହେବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri