ଅନିଶ୍ଚିତତାରେ ଚନ୍ଦନେଶ୍ୱର ଜୀଉଙ୍କ ଚଡ଼କମେଳା

ଭୋଗରାଇ,୨୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଚଳିତବର୍ଷ ହେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କୋଭିଡ୍‌ କଟକଣା କୋହଳ ହେବା ପରଠୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ପର୍ଯ୍ୟଟନସ୍ଥଳୀ ଗୁଡ଼ିକ ସ୍ବାଭାବିକ ହେବାରେ ଲାଗିଛି। ତେବେ ସମ୍ଭାବ୍ୟ ଚତୁର୍ଥ ଲହରର ମୁକାବିଲା ପାଇଁ ଏବେଠୁ ସଚେତନ ହେବା ଲାଗି ସତର୍କ କରାଯାଉଥିବାରୁ ଚଡ଼କ ମେଳା ହେବା ନେଇ ଅନିଶ୍ଚିତତା ଲାଗି ରହିଛି। ସୋମବାର ଟ୍ରଷ୍ଟ ବୋର୍ଡ଼ ଓ ଜିଲାପ୍ରଶାସନ ପକ୍ଷରୁ ତାଳସାରୀ ଓଟିଡିସିରେ ହେବାକୁ ଥିବା ବୈଠକ ଉପରେ ସଭିଙ୍କ ନଜର ରହିଛି।
ପୂର୍ବ ଭାରତର ଅନ୍ୟତମ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଏପ୍ରିଲ ପହିଲାରୁ ଶୁଭାରମ୍ଭ ହେବାକୁ ଯାଉଛି। ଦୁଇବର୍ଷ ଧରି ବିନାଭକ୍ତରେ ଏହି ମେଳା ଅନୁଷ୍ଠିତ ହେଉଥିବା ବେଳେ ଚଳିତବର୍ଷ ମେଳା ହେବା ନେଇ ରାଜ୍ୟ ଓ ରାଜ୍ୟ ବାହାରର ଶୈବଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଦେଇଛି। ସୂଚନା ଯେ, ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରେ ଚନ୍ଦନେଶ୍ୱର ଜୀଉଙ୍କ ଚୈତ୍ର ଚଡ଼କ ମେଳା ଓଡ଼ିଶାରେ ଦ୍ୱିତୀୟ ବୃହତ୍ତମ ମେଳା ଭାବେ ଖ୍ୟାତି ଅର୍ଜନ କରିଛି। ଏହି ମେଳା ୧୪ଦିନ ଧରି ପାରମ୍ପରିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ହେଉଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଚଡ଼କମେଳାରେ ରାଜ୍ୟ ଓ ରାଜ୍ୟ ବାହାରୁ ଦୋକାନୀମାନେ ନିଜର ପସରା ମେଲାଇ ରୋଜଗାରର ବାଟ ଆପଣାଉ ଥିବାବେଳେ ମେଳା ବନ୍ଦ ହେଲେ ଦୋକାନୀଙ୍କ ସହିତ ସେବାୟତ, ପୂଜାରୀମାନେ ଅଧିକ ପ୍ରଭାବିତ ହେବେ ବୋଲି କୁହାଯାଉଛି। କେତେକ ମେଳା ହେବାକୁ ନେଇ ଯୁକ୍ତି ବାଢ଼ିଥିବା ବେଳେ ଅନ୍ୟ କେତେଜଣ ଗ୍ରାମବାସୀ ଓ ସେବାୟତ ମେଳା ବନ୍ଦ ରହୁ ବୋଲି ପ୍ରଶାସନ ପାଖରେ ଦାବି କରିଥିବା ସୂଚନା ମିିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ...

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।...

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା...

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ...

ନୀଳଗିରିର ବୋହୂ, ପରିବେଶ ବିଜ୍ଞାନରେ ପିଏଚ୍‌ଡି; ବିଜେଡି ଟିକେଟ୍‌ରେ ଲଢ଼ିବାକୁ ଯାଉଥିବା ଲେଖାଶ୍ରୀଙ୍କ ବିଷୟରେ ଜାଣନ୍ତୁ…

ଭୁବନେଶ୍ୱର/ବାଲେଶ୍ବର,୧୨।୪: ଏକଦା ବିରୋଧୀ ଦଳରେ ଥିବା ବେଳେ ବିଜେଡି ସୁପ୍ରିମୋଙ୍କୁ ଶବ୍ଦବାଣରେ କଟାକ୍ଷ କରିବାର ଗୋଟିଏ ବି ସୁଯୋଗ ଛାଡ଼ୁ ନ ଥିଲେ। ହେଲେ ୨୦୨୪...

 ଚଡ଼କ ମେଳାରେ ଅଘଟଣ

ଜଳେଶ୍ୱର,୧୨।୪(ନବୀନ ସାହୁ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବାବା ଚନ୍ଦନେଶ୍ୱରଙ୍କ ଚଡ଼କ ଯାତ୍ରାରେ ଜଣେ ବତ୍ରଧାରୀ ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଶ୍ରଦ୍ଧାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri