ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କପର୍ବ

ଭୋଗରାଇ, ୨ ।୪(ଡି.ଏନ.ଏ.) ଦେଶରେ କୋଭିଡ୍‌ କଟକଣା ହଟିଛି। ଏଭଳି ସ୍ଥିତିରେ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକର ଅଧୀନ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ପର୍ବ ଶୁକ୍ରବାର ପୋଡ଼ା ବାଉଁଶ ଛେଦନରୁ ଆରମ୍ଭ ହୋଇଛି। ଶନିବାର ପ୍ରତ୍ୟୁଷରୁ ଜୀଉଙ୍କ ଚିରାଚରିତ ଧର୍ମୀୟ ପରମ୍ପରା ଅନୁଯାୟୀ ଘଟ ଉତ୍ତୋଳନ ନିମନ୍ତେ ସେବାୟତ ଓ ଭକ୍ତଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। ଚନ୍ଦନେଶ୍ୱର ମହାଦେବଙ୍କ ଶ୍ରେଷ୍ଠ ଭକ୍ତ ପାଟଭକ୍ତ ବ୍ରତଧାରଣ କଲା ପରେ ପର୍ଯ୍ୟାୟକ୍ରମେ ଅନ୍ୟ ପ୍ରମୁଖ ଦେଉଳିଆ, ଶ୍ରୀବେକିଡ଼ି ସମେତ ୧୩ଜଣ ଭକ୍ତ ଉପବୀତ ଧାରଣ କରି ନୀଳକଣ୍ଠଙ୍କୁ ଆରାଧନା କରିବେ। ଚଳିତବର୍ଷ କୋଭିଡ୍‌ କଟକଣା ଯୋଗୁ ମନ୍ଦିର ଟ୍ରଷ୍ଟବୋର୍ଡ଼ ଓ ଜିଲା ପ୍ରଶାସନ ଗତ ୨୧।୩।୨୨ରେ ମେଳା ବନ୍ଦ ପାଇଁ ଘୋଷଣା କରିଥିବା ବେଳେ ଲକ୍ଷାଧିକ ଉପବୀତଧାରୀ ଭକ୍ତଙ୍କୁ ବ୍ରତ ପାଳନ ନିମନ୍ତେ ଅଙ୍କୁଶ ଲଗାଇଛନ୍ତି। ୧୩ ଉପବୀତଧାରୀ ପ୍ରମୁଖ ଶୈବଭକ୍ତମାନେ ୧୩ଦିନ ଧରି ୨୪ଘଣ୍ଟାରେ ଛେପ ନ ଢ଼ୋକି ଜୀଉଙ୍କ ଅର୍ଘ୍ୟ ପିଣ୍ଡରେ ସନ୍ଧ୍ୟା ପରେ ଅର୍ଘ୍ୟଦାନ କରିବେ। ଏହି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ରୋକିବାକୁ ଟ୍ରଷ୍ଟବୋର୍ଡ଼ ଓ ପ୍ରଶାସନ ମେଳାକୁ ନା କହିଥିବା ବେଳେ ଜୀଉଙ୍କ କାମିନୀ ବିବାହ, ଦୈନିକ ନୀତିକାନ୍ତି ପୂଜା, ମହାନୀଳ ଓ ପ୍ରସିଦ୍ଧ ପାଟ ଉତ୍ସବର କୌଳିକ ପ୍ରଥା ଅନୁଯାୟୀ ହେବ ବୋଲି ଘୋଷଣା କରାଯାଇଛି। ତେବେ ସ୍ଥାନୀୟ ଶ୍ରଦ୍ଧାଳୁଙ୍କ ଭିଡ଼କୁ କିପରି ନିୟନ୍ତ୍ରଣ କରାଯିବ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାଜ୍ୟରେ କୋଭିଡ୍‌ କଟକଣା ହଟିବା ପରେ ମହାଦେବଙ୍କଠାରେ ଦୈନନ୍ଦିନ ସହସ୍ରାଧିକ ଶୈବଭକ୍ତମାନେ ଦର୍ଶନ, ପୂଜାର୍ଚ୍ଚନା ଓ ଆରାଧନା କରୁଛନ୍ତି। ଚୈତ୍ର ମାସରେ ଚନ୍ଦନେଶ୍ୱର ମହାଦେବଙ୍କ ବିବାହ ଋତୁ ହୋଇଥିବାରୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ବହୁ ଶୈବଭକ୍ତ ମନସ୍କାମନା ନିମନ୍ତେ ଜୀଉଙ୍କଠାରେ ଅଧିଆ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?