ମିଳିଲା ଚନ୍ଦନଙ୍କ ମୃତଦେହ : କୁନି ଝିଅର ମିଳୁନି ପତ୍ତା 

ଭଦ୍ରକ/ଭଣ୍ଡାରୀପୋଖରୀ(ସନାତନ ରାଉତ/ରବିନାରାୟଣ ଖିଲାର),୨୯।୯: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗ୍ରାମର ଚନ୍ଦନ ସାହୁ(୩୦) ନିଜ ଅଢ଼େଇ ବର୍ଷର ଝିଅକୁ ଧରି ବୈତରଣୀ ସେତୁ ଉପରୁ ନଦୀକ ଡେଇଁ ପଡିଥିଲେ । ଏହି ଘଟଣାର ୩୦ ଘଣ୍ଟା ପରେ  ଚନ୍ଦନଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ଯାଜପୁର ଜିଲା ତ୍ରିଲୋଚନପୁର ବୁଢ଼ାନଦୀରୁ ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛନ୍ତି। ଚନ୍ଦନଙ୍କ ଭିଣୋଇ ଏହି ମୃତଦେହଟି ତାଙ୍କର ଶଳାର ବୋଲି ଚି଼ହ୍ନଟ କରିଛନ୍ତି।
ଅନ୍ୟପକ୍ଷରେ ଅଢ଼େଇ ବର୍ଷର ଝିଅର କୌଣସି ପତା ମିଳିନାହିଁ। ଅଗ୍ନିଶମ ବାହିନୀ ପିଲାଟିକୁ ଖୋଜାଖୋଜି କରୁଛନ୍ତି। ପିଲାଟି କେଉଁ ବୋଦା ଓ କେଉଁଠି ଲାଗିରହିଥିବା ଅନୁମାନ କରାଯାଉଛି। ଅନ୍ୟପକ୍ଷରେ ଚନ୍ଦନଙ୍କ ମୃତଦେହ ମିଳିବା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ସୂଚନାଯୋଗ୍ୟ, ଚନ୍ଦନ ବୁଧବାର ରାତି ପ୍ରାୟ ୯ଟାରେ ୧୬ ନଂ. ଜାତୀୟ ରାଜପଥର ଏହି ସେତୁ ଉପରୁ ଆଖୁଆପଦା ଆନିକଟର ଗଭୀର ଜଳରାଶିକୁ ଝିଅ ତୃପ୍ତିକୁ ସାଙ୍ଗରେ ଧରି ଡେଇଁ ପଡ଼ିଥିଲେ। ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଟିମ  ବୁଧବାରରାତି ଓ ଗୁରୁବାର ଦିନତମାମ ଖୋଜାଖୋଜି କରିଥିଲେ ମଧ୍ୟ ସେମାନଙ୍କ କୌଣସି ସୂଚନା ମିଳିପାରି ନଥିଲା ଶୁକ୍ରବାର ମୃତଦେହ ଉଦ୍ଧାର କରାଗଲା।

Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri