ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା ଆକ୍ସନ ନିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହା ଏକ ଲଜ୍ଜାଜନକ ଘଟଣା।ଦୋଷୀ ବିରୋଧରେ କଡ଼ାରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି ମାମଲାରେ ତ୍ୱରିତ ବେଗରେ ଦୋଷୀକୁ ଗିରଫ କରୁଛି ପୋଲିସ। ଏଭଳି ଘଟଣା ସମାଜରେ ଆଉ ନ ହେଉ। କେବଳ ସରକାରର ନୁହେଁ ସମାଜର ବି ଦାୟିତ୍ୱ ଅଛି। ମହିଳା କମିଶନର ସଦସ୍ୟା ନ୍ୟାୟିକ ତଦନ୍ତ କରିବେ ବୋଲି ସେ ଘୋଷଣା କରିଛନ୍ତି।
ସେପଟେ ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଇଛି ବିଜେଡି। ସକାଳ ୬ରୁ ଦିନ ୧୨ଟା ଯାଏ ଚାନ୍ଦବାଲି ବ୍ଲକରେ ବନ୍ଦ ଡାକରାଦିଆଯାଇଛି ସ୍ଥାନୀୟ ବିଜେଡି ବିଧାୟକ ବ୍ୟୋମକେଶ ରାୟ ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ଚାନ୍ଦବାଲି ଏନଏସି ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରି ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି l ସ୍ଥାନୀୟ ନାବାଳିକା ଜଣକ ଟ୍ୟୁସନ ଆସି ଆଉ ଘରକୁ ଫେରି ନ ଥିଲେ l ପରିବାର ଲୋକେ ବହୁ ଖୋଜାଖୋଜି ପରେ ଝିଅକୁ ପାଇ ନ ଥିଲେ l ନାବାଳିକାର ମୃତଦେହ ସେଠାରେ ପଡ଼ିଥିବା ପ୍ରଚାର ହେବା ପରେ ଘଟଣାସ୍ଥଳରେ ହଜାର ହଜାର ଲୋକଙ୍କ ଭିଡ ଜମା ହୋଇଥିବାବେଳେ ଚାନ୍ଦବାଲି ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଚାନ୍ଦବାଲି ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଥିଲା l ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ପୋଲିସ ମୁତୟନ କରାଯାଇଛି l
ଉତ୍ତ୍ୟକ୍ତ ଲୋକେ ପ୍ରଥମେ ବାଲିଗାଁଠାରେ ରାସ୍ତା ଅବରୋଧ କରିଥିଲେ l ପରେ ଚାନ୍ଦବାଲି ବଜାରରେ ପହଞ୍ଚି ଟାୟାର ଜାଳି ରାସ୍ତାରୋକୋ କରିଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri