ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା ଆକ୍ସନ ନିଆଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହା ଏକ ଲଜ୍ଜାଜନକ ଘଟଣା।ଦୋଷୀ ବିରୋଧରେ କଡ଼ାରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରି ମାମଲାରେ ତ୍ୱରିତ ବେଗରେ ଦୋଷୀକୁ ଗିରଫ କରୁଛି ପୋଲିସ। ଏଭଳି ଘଟଣା ସମାଜରେ ଆଉ ନ ହେଉ। କେବଳ ସରକାରର ନୁହେଁ ସମାଜର ବି ଦାୟିତ୍ୱ ଅଛି। ମହିଳା କମିଶନର ସଦସ୍ୟା ନ୍ୟାୟିକ ତଦନ୍ତ କରିବେ ବୋଲି ସେ ଘୋଷଣା କରିଛନ୍ତି।
ସେପଟେ ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଇଛି ବିଜେଡି। ସକାଳ ୬ରୁ ଦିନ ୧୨ଟା ଯାଏ ଚାନ୍ଦବାଲି ବ୍ଲକରେ ବନ୍ଦ ଡାକରାଦିଆଯାଇଛି ସ୍ଥାନୀୟ ବିଜେଡି ବିଧାୟକ ବ୍ୟୋମକେଶ ରାୟ ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ଚାନ୍ଦବାଲି ଏନଏସି ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରି ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି l ସ୍ଥାନୀୟ ନାବାଳିକା ଜଣକ ଟ୍ୟୁସନ ଆସି ଆଉ ଘରକୁ ଫେରି ନ ଥିଲେ l ପରିବାର ଲୋକେ ବହୁ ଖୋଜାଖୋଜି ପରେ ଝିଅକୁ ପାଇ ନ ଥିଲେ l ନାବାଳିକାର ମୃତଦେହ ସେଠାରେ ପଡ଼ିଥିବା ପ୍ରଚାର ହେବା ପରେ ଘଟଣାସ୍ଥଳରେ ହଜାର ହଜାର ଲୋକଙ୍କ ଭିଡ ଜମା ହୋଇଥିବାବେଳେ ଚାନ୍ଦବାଲି ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଚାନ୍ଦବାଲି ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଥିଲା l ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାବେଳେ ପୋଲିସ ମୁତୟନ କରାଯାଇଛି l
ଉତ୍ତ୍ୟକ୍ତ ଲୋକେ ପ୍ରଥମେ ବାଲିଗାଁଠାରେ ରାସ୍ତା ଅବରୋଧ କରିଥିଲେ l ପରେ ଚାନ୍ଦବାଲି ବଜାରରେ ପହଞ୍ଚି ଟାୟାର ଜାଳି ରାସ୍ତାରୋକୋ କରିଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri