Posted inଜାତୀୟ

ସ୍ଥଳସେନାର ଉପମୁଖ୍ୟ ଦାୟିତ୍ୱ ନେଲେ ଚଣ୍ଡୀ ପ୍ରସାଦ

ନୂଆଦିଲ୍ଲୀ,୧।୨: ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି ସୋମବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରୀୟ ଇଣ୍ଡିୟାନ ମିଲିଟାରି କଲେଜ ଡେରାଡୁନ, ନ୍ୟାଶନାଲ ଡିଫେନ୍ସ ଏକାଡେମି ଖଡ଼କୱାସଲା ଏବଂ ଇଣ୍ଡିୟାନ ମିଲିଟାରି ଏକାଡେମିରେ ସଫଳତା ପୂର୍ବକ ଶିକ୍ଷା ଓ ତାଲିମ ଶେଷ ପରେ ତାଙ୍କୁ ୧୯୮୨ ଜୁନ ୧୨ରେ ରାଜପୁତ ରେଜିମେଣ୍ଟରେ ନିଯୁକ୍ତ ମିଳିଥିଲା। ଦୀର୍ଘ ୪ ଦଶନ୍ଧି କାର୍ଯ୍ୟକାଳ ମଧ୍ୟରେ ସେ ଭାରତୀୟ ସ୍ଥଳସେନାର ଜଣେ ଦକ୍ଷ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବା ସହ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ଆସିଥିଲେ। ସେହିପରି ଜମ୍ମୁ-କଶ୍ମୀରରେ ଏବଂ ଉତ୍ତର ପୂର୍ବରେ ଲାଇନ୍‌ ଅଫ କଣ୍ଟ୍ରୋଲରେ ନିୟୋଜିତ ବାଟାଲିୟନର ବ୍ରିଗେଡ କମାଣ୍ଡର ରହି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିଲେ। ଚୀନ ସହ ସୃଷ୍ଟି ହୋଇଥିବା ଡୋକଲାମ ବିବାଦ ପରେ ସିକ୍କିମ ଆଧାରିତ ତ୍ରିଶକ୍ତି କର୍ପସକୁ ନିର୍ଦ୍ଦେଶ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ର୍ନିବାହ କରିଥିଲେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି। ସେହିପରି ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନିଜ ଦକ୍ଷତା ପ୍ରତିପାଦିତ କରିଥିବାରୁ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ଭାରତୀୟ ସ୍ଥଳସେନାର ଉପମୁଖ୍ୟ ପଦବୀରେ ନିଯୁକ୍ତି କରାଯାଇଛି। ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବା କ୍ଷେତ୍ରରେ ଲେଫ୍ଟନାଣ୍ଟ ଜେନେରାଲ ମହାନ୍ତି ହେଉଛନ୍ତି ପ୍ରଥମ ଓଡ଼ିଆ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri