Posted inଜାତୀୟ

ସ୍ଥଳସେନାର ଉପମୁଖ୍ୟ ଦାୟିତ୍ୱ ନେଲେ ଚଣ୍ଡୀ ପ୍ରସାଦ

ନୂଆଦିଲ୍ଲୀ,୧।୨: ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି ସୋମବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରୀୟ ଇଣ୍ଡିୟାନ ମିଲିଟାରି କଲେଜ ଡେରାଡୁନ, ନ୍ୟାଶନାଲ ଡିଫେନ୍ସ ଏକାଡେମି ଖଡ଼କୱାସଲା ଏବଂ ଇଣ୍ଡିୟାନ ମିଲିଟାରି ଏକାଡେମିରେ ସଫଳତା ପୂର୍ବକ ଶିକ୍ଷା ଓ ତାଲିମ ଶେଷ ପରେ ତାଙ୍କୁ ୧୯୮୨ ଜୁନ ୧୨ରେ ରାଜପୁତ ରେଜିମେଣ୍ଟରେ ନିଯୁକ୍ତ ମିଳିଥିଲା। ଦୀର୍ଘ ୪ ଦଶନ୍ଧି କାର୍ଯ୍ୟକାଳ ମଧ୍ୟରେ ସେ ଭାରତୀୟ ସ୍ଥଳସେନାର ଜଣେ ଦକ୍ଷ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବା ସହ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ଆସିଥିଲେ। ସେହିପରି ଜମ୍ମୁ-କଶ୍ମୀରରେ ଏବଂ ଉତ୍ତର ପୂର୍ବରେ ଲାଇନ୍‌ ଅଫ କଣ୍ଟ୍ରୋଲରେ ନିୟୋଜିତ ବାଟାଲିୟନର ବ୍ରିଗେଡ କମାଣ୍ଡର ରହି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିଲେ। ଚୀନ ସହ ସୃଷ୍ଟି ହୋଇଥିବା ଡୋକଲାମ ବିବାଦ ପରେ ସିକ୍କିମ ଆଧାରିତ ତ୍ରିଶକ୍ତି କର୍ପସକୁ ନିର୍ଦ୍ଦେଶ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ର୍ନିବାହ କରିଥିଲେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି। ସେହିପରି ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନିଜ ଦକ୍ଷତା ପ୍ରତିପାଦିତ କରିଥିବାରୁ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ଭାରତୀୟ ସ୍ଥଳସେନାର ଉପମୁଖ୍ୟ ପଦବୀରେ ନିଯୁକ୍ତି କରାଯାଇଛି। ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବା କ୍ଷେତ୍ରରେ ଲେଫ୍ଟନାଣ୍ଟ ଜେନେରାଲ ମହାନ୍ତି ହେଉଛନ୍ତି ପ୍ରଥମ ଓଡ଼ିଆ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?