ହାଇକୋର୍ଟରେ ଚଣ୍ଡୀ ମନ୍ଦିର ମାମଲା ଖାରଜ

କଟକ ଅଫିସ,୨୦ା୭: କଟକ ଚଣ୍ଡୀ ମନ୍ଦିର ସମ୍ପ୍ରସାରଣ ପାଇଁ ଜମି ଅଧିଗ୍ରହଣକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଥିବା ମାମଲା ମଙ୍ଗଳବାର ଖାରଜ ହୋଇଯାଇଛି। ଶୈଳବାଳା ମହାବିଦ୍ୟାଳୟର ପୁରାତନ ଛାତ୍ରୀ ସଂସଦ ପକ୍ଷରୁ ଆଗତ ଆବେଦନର ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାକୁ ଖାରଜ କରିଦେଇଛନ୍ତି। ଫଳରେ ଚଣ୍ଡୀ ମନ୍ଦିରର ସମ୍ପ୍ରସାରଣ ନେଇ ଏବେ କୌଣସି ଆଇନଗତ ପ୍ରତିବନ୍ଧକ ନାହିଁ।
ଚଣ୍ଡୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ମନ୍ଦିର ସମ୍ମୁଖରେ ଥିବା କଲେଜର ପ୍ରାୟ ୩ ହଜାର ବର୍ଗ ଫୁଟ ଜମି ଅଧିଗ୍ରହଣ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସମ୍ପୃକ୍ତ ଜମିରେ ମହାବିଦ୍ୟାଳୟର ଖେଳପଡ଼ିଆ ରହିଛି। ଏହାକୁ ଏକ ଧାର୍ମିକ ଅନୁଷ୍ଠାନ ପାଇଁ ଅଧିଗ୍ରହଣ କରାଯିବା ବେଆଇନ ବୋଲି ଦର୍ଶାଇ ଶୈଳବାଳା ପୁରାତନ ଛାତ୍ରୀ ସଂସଦ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ କରାଯାଇଥିଲା। ରାଜ୍ୟରେ ନାରୀ ଶିକ୍ଷା ପାଇଁ ଶୈଳବାଳା ମହିଳା ମହାବିଦ୍ୟାଳୟକୁ ଏହି ଜମି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ କନ୍ୟା ପ୍ରଦାନ କରିଥିଲେ ବୋଲି ଆବେଦନକାରୀ ଆବେଦନରେ ଦର୍ଶାଇଥିଲେ। ଶିକ୍ଷାନୁଷ୍ଠାନର ଜମିକୁ ଏକ ନିର୍ଦ୍ଦିଷ୍ଟ ଧର୍ମ ପାଇଁ ବ୍ୟବହାର କରିବା ସମ୍ବିଧାନର ବିରୁଦ୍ଧାଚରଣ କରୁଛି ବୋଲି ଆବେଦନକାରୀଙ୍କ ପକ୍ଷରୁ କୋର୍ଟରେ ଯୁକ୍ତି ଦର୍ଶାଯାଇଥିଲା। ଅନ୍ୟପଟେ ଏହି ଜମି ମଧୁସୂଦନ ଦାସଙ୍କର ନୁହେଁ, ବରଂ ସରକାରୀ ଜମି ବୋଲି ସରକାରଙ୍କ ପକ୍ଷରୁ ସତ୍ୟପାଠ ମାଧ୍ୟମରେ ତଥ୍ୟ ପ୍ରମାଣ ଦାଖଲ କରାଯାଇଥିଲା। ଚଣ୍ଡୀ ମନ୍ଦିରର ଉନ୍ନତୀକରଣ ପାଇଁ ସବୁକିଛି ଆଇନ ଅନୁଯାୟୀ କରାଯାଉଥିବା ଉକ୍ତ ସତ୍ୟପାଠରେ କୁହାଯାଇଛି। ମନ୍ଦିର ଉନ୍ନତୀକରଣ କାର୍ଯ୍ୟରେ ରହିତାଦେଶ ଜାରି କରିବାକୁ କୋର୍ଟଙ୍କୁ ଆବେଦନକାରୀ ପ୍ରାର୍ଥନା କରିଥିଲେ। ତେବେ କୌଣସି ପ୍ରକାର ରହିତାଦେଶ ଦେବାକୁ ହାଇକୋର୍ଟ ମନା କରିଦେବା ସହ ଏହି ପିଟିଶନକୁ ଖାରଜ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri