ଅନିଶ୍ଚିତତାରେ ଚଣ୍ଡିଆପଲ୍ଲୀ-ମହାକାଳପଡ଼ା ଗୋବରୀ ସେତୁ

ମହାକାଳପଡ଼ା, ୩ା୧ (ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନିକଟ ଗୋବରୀ ନଦୀ ଉପରେ ସେତୁ ନିର୍ମାଣକୁ ନେଇ ଅନିଶ୍ଚିତତା ଲାଗି ରହିଛି ବୋଲି କୁହାଯାଇଛି। ଏହି ସେତୁ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିଲେ ମଧ୍ୟ ଦାୟିତ୍ୱ ନିର୍ବାହ କରୁଥିବା ଠିକାଦାର (ପଢ଼ିଆରୀ କନ୍‌ଷ୍ଟ୍ରକଶନ) ସେତୁ ନିର୍ମାଣ ଅଧା କରି ସ୍ଥାନ ଛାଡ଼ି ନିଜର ସରଞ୍ଜାମ ନେଇଯାଇଛି। ଏହି ଚଣ୍ଡିଆପଲ୍ଲୀ-ମହାକାଳପଡ଼ା ଗୋବରୀ ସେତୁ ହୋଇଥିଲେ ବ୍ଲକ ମୁଖ୍ୟ କାର୍ଯ୍ୟାଳୟରୁ ଦେଉଳିପଡ଼ା, ବିଜୟନଗର, ବଡିଢ଼ି, ଗୋଗୁଆ, ସୁନିତି, ନାଞ୍ଜୁରା, ଜମ୍ବୁ ଓ କେବିଦାଣ୍ଡୁଆ ପଞ୍ଚାୟତର ଶତାଧିକ ଜନସାଧାରଣ ସିଧାସଳଖ ଯାତାୟାତର ବାଟ ଖୋଲିଥାନ୍ତା।
ସୂଚନାଯୋଗ୍ୟ, ଗୋବରୀ ନଦୀ ଉପରେ ୧୯୮୮ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ କିୟାରବାଙ୍କ ହାଟଠାରେ ଗୋବରୀ ସେତୁ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ପରେ ଗୋବରୀ ନଦୀ ଉପରେ ସେତୁ ନିର୍ମାଣ ହୋଇଥିଲା। ଅଧା ପିଲାର ନିର୍ମାଣ ହୋଇଛି ଓ ଅନିଶ୍ଚିତତା ମଧ୍ୟରେ ଏହା ରହିଛି। ତେବେ ପ୍ରକଳ୍ପ ବନ୍ଦ ହେବା ପରେ ପରବର୍ତ୍ତୀ ସମୟରେ ବିଭାଗ କି ପଦକ୍ଷେପ ଗ୍ରହଣ କରିବେ ସ୍ଥାନୀୟ ଲୋକମାନଙ୍କ ମନରେ ସନ୍ଦେହ ପ୍ରକାଶ ପାଇଥିଲା। ପରବର୍ତ୍ତୀ ସମୟରେ ଲୋକମାନଙ୍କ ଯାତାୟାତ ପାଇଁ ଚଣ୍ଡିଆପଲ୍ଲୀ-ମହାକାଳପଡ଼ା ଗୋବରୀ ସେତୁ ନିର୍ମାଣ ନିମନ୍ତେ ୨୦୧୬ ନଭେମ୍ବର ୮ରେ ସ୍ଥାନୀୟ ବାୟାବାବା କଲେଜ ପଡ଼ିଆରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋବରୀ ସେତୁ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ। ଏହି ପ୍ରକଳ୍ପ ପାଇଁ ପ୍ରଥମ ପର୍ଯ୍ୟାୟରେ ୨୨ କୋଟି ଟଙ୍କା ମଞ୍ଜୁର ହୋଇଥିଲା। ସେତୁ ନିର୍ମାଣ କାମ ଚାଲିଥିଲା। ଏହି ସେତୁ ନିର୍ମାଣରେ ଗୋବରୀ ନଦୀର ଦୁଇପାର୍ଶ୍ୱରେ ଦୁଇଟି ପିଲର ନିର୍ମାଣ କାମ ସାରି ଦେଇ ୨୦୨୨ ଡିସେମ୍ବର ଶେଷ ସପ୍ତାହରେ ଠିକାଦାର ପଳାୟନ କରିଛନ୍ତି। ସେତୁ ନିର୍ମାଣ ଅଧା ଛାଡ଼ି କାହିଁକି ଠିକାଦାର କାମ ବନ୍ଦ କଲେ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସରୋଜ କୁମାର ନାୟକଙ୍କୁ ପଚାରିବାରେ ଉକ୍ତ ସେତୁ ନିର୍ମାଣ ପାଇଁ ପୁନର୍ବାର ଟେଣ୍ଡର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri