Posted inଜାତୀୟ

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

ବୁଧବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ପଞ୍ଜାବ ଭାଜପା ମୁଖ୍ୟାଳୟ ବାହାରେ ଏକ ସ୍କୁଟିରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ତୀବ୍ରତା କମ ଥିଲେ ମଧ୍ୟ ଏହାର ଶବ୍ଦ ଏତେ ଜୋରରେ ଥିଲା ଯେ ପାର୍କିଂରେ ଥିବା ଗାଡ଼ିଗୁଡ଼ିକ କ୍ଷତିଗ୍ରସ୍ତ ହୋଇଛି।

ଘଟଣା ପରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ ବ୍ୟକ୍ତି ଗ୍ରେନେଡ ସଦୃଶ ଏକ ବସ୍ତୁକୁ ଭାଜପା କାର୍ଯ୍ୟାଳୟ ଆଡକୁ ଫିଙ୍ଗୁଥିବା ଦେଖାଯାଉଛି। ଆକ୍ରମଣକାରୀ ନିଜେ ଏହି ଘଟଣାର ଭିଡିଓ କରିଥିବା ସନ୍ଦେହ କରାଯାଉଛି। କାର୍ଯ୍ୟାଳୟ ବାହାରେ ଥିବା ଗଛରେ ବାଜି ଗ୍ରେନେଡ୍‌ଟି ପାଚେରୀ ପାଖରେ ପଡ଼ିଯାଇଥିଲା, ଯାହା ଫଳରେ ଏକ ବଡ଼ ଧରଣର ଅଘଟଣ ଟଳି ଯାଇଛି।

ଏହି ଆକ୍ରମଣର ଶୈଳୀ ପଞ୍ଜାବ ପୋଲିସ ଥାନା ଉପରେ ହୋଇଥିବା ପୁରୁଣା ଗ୍ରେନେଡ ଆକ୍ରମଣ ସହ ମିଶିଯାଉଛି। ଏହା ପଛରେ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ISI କିମ୍ବା ବିଦେଶରେ ଥିବା ଆତଙ୍କବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ଏଥିପାଇଁ ଚଣ୍ଡୀଗଡ଼ ପୋଲିସ ସହ ପଞ୍ଜାବ ପୋଲିସର ଆଣ୍ଟି ଗ୍ୟାଙ୍ଗଷ୍ଟର ଟାସ୍କ ଫୋର୍ସ (AGTF) ମଧ୍ୟ ଯାଞ୍ଚରେ ସାମିଲ ହୋଇଛି। ଯେଉଁ ସ୍କୁଟିରେ ବିସ୍ଫୋରଣ ହୋଇଛି, ତାହା କାହାର ଏବଂ ସେଠାରେ କିଏ ପାର୍କ କରିଥିଲା, ସେ ନେଇ ସିସିଟିଭି ଫୁଟେଜ ଯାଞ୍ଚ କରାଯାଉଛି।

ସିସିଟିଭିରେ ଦୁଇଜଣ ଯୁବକ ବାଇକ୍‌ରେ ଭାଜପା ଅଫିସ ଆଖପାଖରେ ବୁଲୁଥିବା ଦେଖାଯାଇଛି, ପୋଲିସ ସେମାନଙ୍କୁ ଟ୍ରେସ କରୁଛି। ପ୍ରାଥମିକ ତଦନ୍ତରୁ ଏହା ଏକ ’କ୍ରୁଡ୍‌ ବୋମା’ ବୋଲି ଜଣାପଡ଼ିଛି, ଯେଉଁଥିରେ ଗନ ପାଉଡର ବ୍ୟବହାର କରାଯାଇଛି।

ଏହି ଘଟଣାକୁ ନେଇ ପଞ୍ଜାବ ଭାଜପା ନେତା ବିନୀତ ଯୋଶୀ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ସେ କହିଛନ୍ତି ଯେ, ଦିନ ଦ୍ୱିପ୍ରହରରେ ଭାଜପା  ମୁଖ୍ୟାଳୟ ଭଳି ଏକ ସୁରକ୍ଷିତ ସ୍ଥାନରେ ବିସ୍ଫୋରଣ ହେବା ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି।

ବର୍ତ୍ତମାନ ପାଇଁ ସେହି ଅଞ୍ଚଳକୁ ସିଲ କରାଯାଇଛି ଏବଂ ଫରେନସିକ ଟିମ ନମୁନା ସଂଗ୍ରହ କରୁଛନ୍ତି। ପୋଲିସ ଜନସାଧାରଣଙ୍କୁ ଗୁଜବରେ ବିଶ୍ୱାସ ନ କରିବାକୁ ଅନୁରୋଧ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri