Posted inଜାତୀୟ

ହରିୟାଣାରେ ରାଜନୈତିକ ସଙ୍କଟ: ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଦେଇପାରନ୍ତି ଇସ୍ତଫା

ଚଣ୍ଡିଗଡ,୧୨।୩: ଚଣ୍ଡିଗଡ ହରିୟାଣା ରାଜନୀତିରୁ ଏକ ବଡ ଖବର ଆସିଛି। ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଇସ୍ତଫା ଦେଇପାରନ୍ତି। ବର୍ତ୍ତମାନ ସଞ୍ଜୟ ଭାଟିଆ ଏବଂ ନାଏବ ସୌନି ମୁଖ୍ୟମନ୍ତ୍ରୀ ଦୌଡ଼ରେ ଅଛନ୍ତି। ହରିୟାଣା କ୍ୟାବିନେଟ ମଧ୍ୟ ଇସ୍ତଫା ଦେଇପାରେ ବୋଲି ଏକ ସୂତ୍ରରୁ ସୂଚନା ମିଳିଛି।

ସୂଚନାନୁସାରେ, ଲୋକ ସଭା ନିର୍ବାଚନ ପୂର୍ବରୁ ମଙ୍ଗଳବାର ହରିୟାଣା ଭାଜପାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ପୂର୍ବାହ୍ନ ୧୧.୩୦ ସମୟରେ ଚଣ୍ଡିଗଡ଼ର ହରିୟାଣା ନିବାସରେ ମୁଖ୍ୟମନ୍ତ୍ରୀ ମନୋହର ଲାଲଙ୍କ ଅଧ୍ୟକ୍ଷତାରେ ବିଧାନସଭା ପାର୍ଟି ବୈଠକ ଅନୁଷ୍ଠିତ ହେବ। ଏହ ବୈଠକରେ ସମସ୍ତ ଭାଜପା ବିଧାୟକ ଓ ମନ୍ତ୍ରୀ ଉପସ୍ଥିତ ରହିବେ। ଏହା ବ୍ୟତୀତ ଭାଜପା ସମର୍ଥିତ ସ୍ବାଧୀନ ବିଧାୟକମାନେ ମଧ୍ୟ ଏହି ସଭାରେ ଯୋଗଦେବେ।

ହରିୟାଣାରେ ମନୋହର ଲାଲ ସରକାରଙ୍କ କାର୍ଯ୍ୟକାଳ ନଭେମ୍ବର ୨୦୨୪ରେ ଶେଷ ହେବାକୁ ଯାଉଛି। ବର୍ତ୍ତମାନ ସେଠାରେ ଭାଜପା ଏବଂ ଜେଜେପିର ଏକ ମିଳିତ ସରକାର ଅଛି। ୨୦୧୯ରେ ଅନୁଷ୍ଠିତ ହରିୟାଣା ବିଧାନସଭା ନିର୍ବାଚନରେ ଭାଜପା ୯୦ଟି ଆସନ ମଧ୍ୟରୁ ୪୦ଟି ଜିତିଥିଲା। କିନ୍ତୁ ଏହା ସଂଖ୍ୟାଗରିଷ୍ଠତା ସ୍ପର୍ଶ କରିପାରିନଥିଲା। ଯେଉଁଠାରେ କଂଗ୍ରେସ ୩୧ଟି ଆସନ ପାଇଥିଲା। ଏଥି ସହିତ ଜନତା ଜନନାୟକ ପାର୍ଟି ୧୦ଟି ସିଟ ଜିତିଥିଲା ଏବଂ ଭାଜପା ଜେଜେପି ସହିତ ସରକାର ଗଠନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri