Posted inଜାତୀୟ

‘ଇଭିଏମ୍‌ ଅଛି ତ ମୋଦି ଅଛନ୍ତି’

ନୂଆଦିଲ୍ଲୀ,୩୧।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପାର ବିଜୟକୁ ନେଇ ଉଭୟ ଦଳ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ଖୋଲାଖୋଲି ଭାବେ ଅନେକ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଥିବା ସଞ୍ଜୟ କହିଛନ୍ତି ଯେ ଇଭିଏମ୍‌ ଅଛି ତ ଦେଶରେ ପ୍ରଧାନମନ୍ତ୍ରୀ ମୋଦି ଅଛନ୍ତି।

ସଞ୍ଜୟ ମେୟର ନିର୍ବାଚନର ତୁଳନା ସୀତା ହରଣ ସହ କରିଛନ୍ତି। ମଙ୍ଗଳବାର ଚଣ୍ଡିଗଡ଼ରେ ସୀତାହରଣ ହୋଇଛନ୍ତି। ଏବେଯାଏ ରାବଣ ସୀତା ହରଣ କରୁଥିଲେ। ହେଲେ ଏବେ ଯେଉଁମାନେ ନିଜକୁ ରାମ ଭକ୍ତ ବୋଲି କହିବୁଲୁଛନ୍ତି ସେମାନେ ହିଁ କରିଥିବା ସେ କହିଛନ୍ତି।

ସେହିଭଳି ମତଦାନର ପତ୍ରିକାକୁ ହଡ଼ପ କରି ଭାଜପା କ୍ଷମତାକୁ ଆସିଛି। ଉତ୍ତରପ୍ରଦେଶର ଏକ ଦୋକାନରୁ ଇଭିଏମ୍‌ର ୩୦୦ ମେଶିନ ମିଳିଛି। ଯଦି ଇଭିଏମ୍‌ ଅଛି ତେବେ ଦେଶରେ ପ୍ରଧାନମନ୍ତ୍ରୀ ମୋଦି ଅଛନ୍ତି। ତେବେ ଯେଉଁମାନେ ପଲଟୁରାମ ହେବାକୁ ପ୍ରସ୍ତୁତ ନୁହନ୍ତି ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡ଼ୁଛି ବୋଲି ସେ କହିଛନ୍ତି।

କହିରଖୁଛୁ, ଭାଜପାର ବିଜୟକୁ ନେଇ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ନିଜର ଏକ୍ସରେ ପୋଷ୍ଟ ଶେୟାର କରି ଚଣ୍ଡିଚଡ଼ ମେୟର ନିର୍ବାଚନରେ କିଭଳି ଗଣତନ୍ତ୍ରକୁ ଦମନ କରାଯାଇଛି ତାହା ସମଗ୍ର ଦେଶ ଦେଖୁଛି। କ୍ଷମତା ଲାଗି ପ୍ରତ୍ୟେକ ନିୟମ, ଆଇନ, ଗଣତନ୍ତ୍ର ଏପରିକି ସମ୍ବିଧାନର ସମ୍ମାନ ମଧ୍ୟ ବାଜିରେ ଲାଗୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri