Posted inଜାତୀୟ

ଚଣ୍ଡିଗଡ଼ ଭିଡିଓ ଭାଇରାଲ ପଛରେ ରହିଛି ବିଦେଶୀ ଲିଙ୍କ୍‌

ଚଣ୍ଡିଗଡ଼,୨୦।୯: ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଓ୍ବାଶ୍‌ରୁମ୍‌ରୁ ଛାତ୍ରୀଙ୍କ ଆପତ୍ତିଜନକ ଭିଡିଓ ଭାଇରାଲ ହେବା ଅଭିଯୋଗର ତଦନ୍ତ ପାଇଁ ପଞ୍ଜାବ ପୋଲିସ ୩ ଜଣିଆ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଛି। ବରିଷ୍ଠ ଆଇପିଏସ୍‌ ଅଫିସର ଗୁରପ୍ରୀତ୍‌ କୌର ଦେଓଙ୍କ ତତ୍ତ୍ୱାବଧାନରେ ଗଠିତ ଟିମ୍‌ରେ ସମସ୍ତ ସଦସ୍ୟ ମହିଳା ଅଛନ୍ତି। ଭିଡିଓ ଭାଇରାଲ ଘଟଣାରେ ସମ୍ପୃକ୍ତ କୌଣସି ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ ବୋଲି ପଞ୍ଜାବ ପୋଲିସ ଡିଜି ଗୌରବ ଯାଦବ କହିଛନ୍ତି। ଅନ୍ୟପକ୍ଷେ ଏହି ଘଟଣାରେ ବିଦେଶୀ ଲିଙ୍କ୍‌ ଥିବା ଅଭିଯୋଗ ହୋଇଛି। ଜଣେ ଛାତ୍ରୀ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ଜଣେ ବିଦେଶରୁ ଫୋନ୍‌ କରି ଚୁପ୍‌ ରହିବାକୁ ଧମକ ଦେଇଥିଲେ। ଯଦି ଏଭଳି ନ କର ତେବେ ତୁମର ବି ଭିଡ଼ିଓ ଭାଇରାଲ କରାଯିବ ବୋଲି ଧମକ ଦେଇଥିଲେ। ତେବେ ଏହି ତଥ୍ୟ ସାମ୍ନାକୁ ଆସିବ ପରେ ପୋଲିସ ଏହି ମାମଲାରେ ବିଦେଶୀ ଲିଙ୍କ୍‌ ନେଇ ମଧ୍ୟ ଖୋଳତାଡ଼ କରିବ।

ଅନ୍ୟପକ୍ଷେ ଭିଡିଓ ଲିକ୍‌ ପରେ ୟୁନିଭର୍ସିଟିର ଛାତ୍ରୀମାନେ ଓ୍ବାଶ୍‌ରୁମ୍‌ ବ୍ୟବହାର କରିବାକୁ ଭୟ କରୁଛନ୍ତି। ଅନେକ ଛାତ୍ରୀ ହଷ୍ଟେଲ ଛାଡ଼ି ଘରକୁ ପଳାଇଛନ୍ତି।
ଆପତ୍ତିଜନକ ଭିଡିଓ ଭାଇରାଲ ଏବଂ କେତେଜଣ ଛାତ୍ରୀ ଆତ୍ମହତ୍ୟା କରିବା ଖବର ପ୍ରକାଶ ପରେ ଶନିବାର ରାତିରେ ୟୁନିଭର୍ସିଟି କ୍ୟାମ୍ପ୍‌ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଉତ୍ତେଜନା ଲାଗିରହିଥିବାରୁ ବିଶ୍ୱବିଦ୍ୟାଳୟକୁ ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଭିଡିଓ ଭାଇରାଲ କରିଥିବା ଛାତ୍ରୀଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯିବା ପରେ ଅଧିକ ପଚରାଉଚରା ପାଇଁ ସେମାନଙ୍କୁ ୭ ଦିନ ପାଇଁ ପୋଲିସ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?