ମୌଳିକ ସୁବିଧାଠାରୁ ଦୂରରେ ଚଣ୍ଡିଜାନିଗୁଡ଼ା

ଦଶମନ୍ତପୁର, ୩ା୨ ( ଡ଼ି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚଣ୍ଡିଜାନୀଗୁଡା ଗ୍ରାମ। ଏଠାରେ ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚତ୍ତ ହୋଇ ଆସୁଥିବା ଅଭିଯୋଗ ହେଉଛି। ୬୦ ପରିବାର ଆଦିବାସୀ କନ୍ଧ ଓ ଅନ୍ୟ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ବେଳେ ଗ୍ରାମର ଜନସଂଖ୍ୟା ୨୫୦ରୁ ଊର୍ଦ୍ଧ୍ୱ ରହିଛି। ପୋଡ଼ୁଚାଷ କରି ଜୀବିକା ନିର୍ବାହ କରୁଥିବା ଏହି ଗ୍ରାମବାସୀଙ୍କ ଗମନାଗମନ ପାଇଁ ପକ୍କା ରାସ୍ତା ନାହିଁ। ପାନୀୟ ଜଳ ସମସ୍ୟା ମଧ୍ୟ ଲାଗି ରହିଛି ଗ୍ରାମରେ। ଏନେଇ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଜଣାଇଥିଲେ ମଧ୍ୟ କେହି ଶୁଣୁନାହାନ୍ତି। ଗ୍ରାମରେ୨ଟି ନଳ କୂଅ ରହିଥିଲେ ସୁଦ୍ଧା ଗୋଟିଏ ଦୀର୍ଘଦିନ ଧରି ଅଚଳ ହୋଇପଡିଛି। ଅନ୍ୟ ଗୋଟିଏ ନଳକୂଅ ମିଳୁଥିବା ପାଣି ଗ୍ରାମବାସୀଙ୍କ ଲାଗି ଯଥେଷ୍ଟ ହେଉନାହିଁ। ଫଳରେ କେତେକ ପରିବାର ନିକଟସ୍ଥ ନାଳ ପାଣି ବ୍ୟବହାର କରୁଥିବା କହନ୍ତି ଗ୍ରାମର ଘେନୁ ସାଉନ୍ତା, ପୂର୍ଣ୍ଣ ମିଣିଆକା, ମହେଶ୍ୱର ସାଉନ୍ତା, ଡମୁ ଜାନି। ବ୍ଲକ କାର୍ଯ୍ୟଳୟଠାରୁ ମାତ୍ର ୭ କି.ମି. ଦୂରରେ ଥିବା ଏହି ଗ୍ରାମ ପ୍ରତି ପ୍ରଶାସନିକ ଅବହେଳା ଜାରି ରହିଥିବାରୁ ଗ୍ରାମରେ କୌଣସି ବିକାଶମୂଳକ କାର୍ଯ୍ୟ ହେଉ ନ ଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ପଲି ସଭା ଓ ଗ୍ରାମ ସଭାରେ ଗ୍ରାମର ବିକାଶ ପାଇଁ ପ୍ରସ୍ତାବ ଗୃହୀତ ହେଉଛି ମାତ୍ର ଏହି ଗୃହୀତ ପ୍ରସ୍ତାବ କାର୍ଯ୍ୟକାରୀ ହେଉନାହିଁ। ଗ୍ରାମଠାରୁ ୩ କିମି ଦୂରରେ ରହିଛି ମୁନ୍ଦାର ଛକ। ଏହି ଛକ ଉପରେ ବଜାର ସଉଦା ଉପରେ ଗ୍ରାମବାସୀ ନିର୍ଭର କରିଥାନ୍ତି। ଗମନାଗମନ ସୁବିଧା ନ ଥିବାରୁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମର କେହି ଅସୁସ୍ଥ ହୋଇ ପଡିଲେ ଭାରରେ ବୋହି ପରିବାର ଲୋକେ ନିଅନ୍ତି ଦଶମନ୍ତପୁର ଡାକ୍ତରଖାନା। ତୁରନ୍ତ ଚଣ୍ଡିଜାନିଗୁଡାକୁ ପାନୀୟ ଜଳ ବ୍ୟବସ୍ଥା ସହ ଗ୍ରାମକୁ ପକ୍କା ରାସ୍ତା ସୁବିଧା ଯୋଗାଇ ଦେବାକୁ ଦାବି କରିଛନ୍ତି ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?