ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ୍‌ ରିଜର୍ଭୟରରେ ଅଶୋଧିତ ତୈଳ ସଂରକ୍ଷଣ କରାଯାଇ ପାରିବ। ଏ ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସବୁ ବ୍ୟବସ୍ଥା ହୋଇଛି। ରାଜ୍ୟ ସରକାର ଏଥିରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସୋମବାର ଓଡ଼ିଶା ଗସ୍ତରେ ଆସି ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ପରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ ସଚିବ ତରୁଣ କପୁର ଏହି ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ କପୁର କହିଛନ୍ତି, ଓଡ଼ିଶାରେ ତୈଳ ଏବଂ ଗ୍ୟାସ୍‌ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ପକ୍ଷରୁ ୬୯ଟି ପ୍ରକଳ୍ପ ପାଇଁ ୨ ଲକ୍ଷ ୧୩ ହଜାର ୨୦୯ କୋଟି ଟଙ୍କାର ପୁଞ୍ଜିନିବେଶର ଲକ୍ଷ୍ୟଧାର୍ଯ୍ୟ ହୋଇଛି। ସେଥିରୁ ୨୦୧୪ରୁ ଏ ପର୍ଯ୍ୟନ୍ତ ୪୩ ହଜାର ୩୨୨ କୋଟି ଟଙ୍କା ମୂଲ୍ୟର ୨୫ଟି ତୈଳ ଓ ଗ୍ୟାସ୍‌ ପ୍ରକଳ୍ପ କାମ ଶେଷ ହୋଇଛି। ବର୍ତ୍ତମାନ ୭୭ ହଜାର ୩୩୧ କୋଟି ଟଙ୍କା ମୂଲ୍ୟର ୩୪ଟି ପ୍ରକଳ୍ପ କାମ ଚାଲୁରହିଛି। ସେହିପରି ୧୦ଟି ପ୍ରସ୍ତାବିତ ପ୍ରକଳ୍ପ ପାଇଁ ୯୨ ହଜାର ୫୫୬ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ନେଇ ଆକଳନ କରାଯାଇଛି। ରାଜ୍ୟରେ ଶକ୍ତିର ଚାହିଦାକୁ ପୂରଣ କରିବା ନିମନ୍ତେ ବର୍ତ୍ତମାନ ୨,୦୬୮ଟି ରିଟେଲ ଆଉଟ୍‌ଲେଟ, ୯୫୨ ଏଲ୍‌ପିଜି ବିତରକ, ୧୬୧ କିରୋସିନ ଡିଲରଶିପ କାର୍ଯ୍ୟ କରୁଛନ୍ତି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମ୍‌ୟୁୱାଇ)ରେ ଓଡ଼ିଶାରେ ୪୭.୩୬ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ଉପକୃତ ହୋଇଛନ୍ତି। ଆସନ୍ତା ମେ ୨୧ରେ ପାରାଦୀପରେ ନୂତନ ଏଲ୍‌ପିଜି ଆମଦାନୀ ସୁବିଧା କାର୍ଯ୍ୟକ୍ଷମ ହେବ ବୋଲି ସେ ସୂଚନା ଦେଇଛନ୍ତି। ରାୟଗଡ଼ା, ଖୋର୍ଦ୍ଧାଠାରେ ଦୁଇଟି ଏଲ୍‌ପିଜି ପ୍ଲାଣ୍ଟ ମଧ୍ୟ ନିର୍ମାଣ କରାଯାଉଛି। ଓଡ଼ିଶାରେ ପେଟ୍ରୋଲ ତୈଳ ଲୁବ୍ରିକାଣ୍ଟ (ପିଓଏଲ୍‌)ର ଚାହିଦାକୁ ଦୃଷ୍ଟିରେ ରଖି ଇଣ୍ଡିଆନ ଅଏଲ ବ୍ରହ୍ମପୁର, ବିପିସିଏଲ୍‌ ପକ୍ଷରୁ ସଦାଶିବପୁର ଏବଂ ଝାରସୁଗୁଡ଼ାରେ ୩ଟି ପିଓଏଲ୍‌ ଟର୍ମିନାଲ ନିର୍ମାଣ କରାଯାଉଛି। ବରଗଡ଼ ଜିଲାରେ ବିପିସିଏଲ୍‌ ଦ୍ୱାରା ଏକ ବାୟୋ ଇଥାନଲ ପ୍ଲାଣ୍ଟ ପ୍ରତିଷ୍ଠା କରାଯାଉଛି। ପାରାଦୀପ ବିଶୋଧନାଗାରରୁ ଉପତ୍ାଦର ଗତିକୁ ସୁଗମ କରିବା ପାଇଁ ପାରାଦୀପ-ରାୟପୁର-ରାଞ୍ଚି ପାଇପଲାଇନକୁ ଦାୟିତ୍ୱ ଦିଆଯାଇଥିବାବେଳେ ପାରାଦୀପ-ହାଇଦ୍ରାବାଦ ପାଇପ୍‌ଲାଇନ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବା ସମ୍ଭାବନା ରହିଛି। ପାରାଦୀପ-ହଳଦିଆ-ଦୁର୍ଗାପୁର ଏଲ୍‌ପିଜି ପାଇପ୍‌ଲାଇନକୁ ପାଟନା-ମୁଜାଫରପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟ ଶୁବ୍‌ଶୀଘ୍ର ସମାପ୍ତ କରାଯିବ ବୋଲି କପୁର କହିଛନ୍ତି।
ପେଟ୍ରୋଲିୟମ ତୈଳ ବିପଣନ କମ୍ପାନୀ (ଆଇଓସିଏଲ୍‌, ଏଚ୍‌ପିସିଏଲ୍‌, ବିପିସିଏଲ୍‌, ଗେଲ୍‌, ଓଏନ୍‌ଜିସି, ନୟାରା, ଓଆଇଏଲ୍‌, ଆର୍‌ଏମବିଏଲ୍‌)ର ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକୁ ସଚିବ କପୁର ସମୀକ୍ଷା କରିଛନ୍ତି। ଏହାପରେ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ସାକ୍ଷାତ୍‌ କରି ତୈଳ ଏବଂ ଗ୍ୟାସ୍‌ ସମ୍ପର୍କିତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ରାଜ୍ୟରେ ପେଟ୍ରୋଲିୟମ ଓ ଗ୍ୟାସ୍‌ ପ୍ରକଳ୍ପ ନେଇ ହୋଇଥିବା ଆଲୋଚନା ସକାରାତ୍ମକ ହୋଇଛି। ସବୁ ପ୍ରକଳ୍ପରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ବୈଠକରେ ଇଣ୍ଡିଆନ ଅଏଲ୍‌ର ଅଧ୍ୟକ୍ଷ ଏସ୍‌.ଏମ୍‌. ବୈଦ୍ୟ, ଇଣ୍ଡିଆନ ଅଏଲ୍‌ର ହ୍ୟୁମ୍ୟାନ ରିସୋର୍ସର ନିର୍ଦ୍ଦେଶକ ରଞ୍ଜନ କୁମାର ମହାପାତ୍ର, ତୈଳ ଉଦ୍ୟୋଗଗୁଡ଼ିକର ରାଜ୍ୟସ୍ତରୀୟ ସଞ୍ଚାଳକ ତଥା ଇଣ୍ଡିଆନ ଅଏଲ୍‌ର ରାଜ୍ୟମୁଖ୍ୟ ଶୁଭଜିତ ଘୋଷ ଏବଂ ତୈଳ ନିଗମର ଅନ୍ୟାନ୍ୟ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ।ା ବୈଠକରେ ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାରେ ତୈଳ ଓ ଗ୍ୟାସ୍‌ ପ୍ରକଳ୍ପର କାମ ଦ୍ରୁତଗତିରେ ତ୍ୱରାନ୍ବିତ ହୋଇଥିବାରୁ ମନ୍ତ୍ରୀଙ୍କୁ ସଚିବ କପୁର ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri