Posted inଖେଳ

ଚାଣ୍ଡିମଲ-ଫର୍ନାଣ୍ଡୋଙ୍କ ଅର୍ଦ୍ଧଶତକ: ଶ୍ରୀଲଙ୍କା ୩୧୫/୬

ଗାଲେ,୨୪ା୭: ଶ୍ରୀଲଙ୍କା ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ସୁଦ୍ଧା ଶ୍ରୀଲଙ୍କା ୬ ଉଇକେଟ ହରାଇ ୩୧୫ ରନ୍‌ କରିବାରେ ସକ୍ଷମ ହୋଇଛି। ଦୀନେଶ ଚାଣ୍ଡିମଲ ଏବଂ ଓଶାଡା ଫର୍ନାଣ୍ଡୋଙ୍କ ଅର୍ଦ୍ଧଶତକ ଏବଂ ଅଞ୍ଜେଲୋ ମାଥ୍ୟୁସଙ୍କ ୪୨ ରନ୍‌ର ଉପଯୋଗୀ ସହାୟତା ବଳରେ ଶ୍ରୀଳଙ୍କା ୩୧୫ ରନ୍‌ ସଂଗ୍ରହ କରିଛି। ସିରିଜରେ ୧-୦ରେ ପଛୁଆ ରହିଥିବା ଶ୍ରୀଲଙ୍କା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ମ୍ୟାଚରେ ମହୀଷ ତୀକ୍ଷଣା ଓ କସୁନ ରଜିଥାଙ୍କ ସ୍ଥାନରେ ଆସିଥା ଫର୍ନାଣ୍ଡୋ ଓ ଦୁନିଥ୍‌ ଓ୍ବେଲାଲଗେଙ୍କୁ ଦଳରେ ସାମିଲ କରାଯାଇଛି।

ଦୁଇ ଓପନର ଓଶାଡା ଫର୍ନାଣ୍ଡୋ (୫୦) ଓ ଦିମୁଥ କରୁଣାରତ୍ନେ (୪୦)ଙ୍କ ମଧ୍ୟରେ ୯୨ ରନ୍‌ର ଭାଗୀଦାରି ହୋଇଥିଲା। ହେଲେ ୯ ଓଭର ମଧ୍ୟରେ କୁଶାଲ ମେଣ୍ଡିସ୍‌(୩) ଓ କରୁଣାରତ୍ନେ ପ୍ୟାଭିଲିୟନ୍‌ ଫେରିଥିଲେ। ତେବେ ମାଥ୍ୟୁସ ଓ ଦୀନେଶ ଚାଣ୍ଡିମଲ ପଞ୍ଚମ ଉଇକେଟ ପାଇଁ ୭୫ ରନ୍‌ର ପାର୍ଟନରଶିପ୍‌ ହୋଇଥିଲା। ମାଥ୍ୟୁସ ୧୦୬ ବଲ ଖେଳି ୪୨ ରନ୍‌ କରିଥିବା ବେଳେ ଚାଣ୍ଡିିମଲ ୧୩୭ ବଲରୁ ୯ ଚୌକା ଓ ୨ ଛକା ସହାୟତାରେ ୮୦ ରନ୍‌ କରିଥିଲେ। ଶେଷ ଆଡକୁ ଧନଞ୍ଜୟ ଡି ସିଲଭା ୩୩ ରନ୍‌ କରିଥିବା ବେଳେ ନିରୋଶାନ ଡିକଓ୍ବେଲାଙ୍କ ଅପରାଜିତ ୪୨* ରନ୍‌ ଯୋଗୁ ଦଳୀୟ ସ୍କୋର ୩୦୦ ପାର କରିଥିଲେ। ପାକିସ୍ତାନ ପକ୍ଷରୁ ମହମ୍ମଦ ନଓ୍ବାଜ ୨ଟି ଉଇକେଟ ନେଇଥିବା ବେଳେ ୟାସିର ଶାହ, ନଶିମ ଶାହ ଓ ନୌମାନ ଅଲୀ ପ୍ରମୁଖ ଗୋଟିଏ ଲେଖାଏଁ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri