ସାମିଲ ହେଲା ଚାନ୍ଦିପୁର ବେଳାଭୂମି

ବାଲେଶ୍ୱର ଅଫିସ, ୧୬।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମୁଦ୍ର ବେଳାଭୂମି ‘ସ୍ବଚ୍ଛ ସାଗର ସୁରକ୍ଷିତ ସାଗର’ ଯୋଜନାରେ ସାମିଲ ହୋଇଥିବା ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି।
ସ୍ବାଧୀନତାର ଅମୃତ ମହୋତ୍ସବକୁ ଅଧିକରୁ ଅଧିକ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ଜନକଲ୍ୟାଣକାରୀ ସ୍ଥାୟୀ ଯୋଜନା ହାତକୁ ନେଇଛନ୍ତି। ତନ୍ମଧ୍ୟରୁ ‘ସ୍ବଚ୍ଛ ସାଗର ସୁରକ୍ଷିତ ସାଗର’ ଏକ ଦୂରଦୃଷ୍ଟିସମ୍ପନ୍ନ ଯୋଜନା। ଏହି ଯୋଜନାରେ ଭାରତର ବଛା ବଛା ୭୫ଟି ସମୁଦ୍ରତଟକୁ ସାମିଲ କରି ଏହାର ସାମଗ୍ରିକ ବିକାଶ ପାଇଁ ଭିତ୍ତିଭୂମିର ବିକାଶ କରାଯିବ। ଭାରତ ସରକାରଙ୍କ ଭୂ ବିଜ୍ଞାନ ମନ୍ତ୍ରଣାଳୟ ଦ୍ୱାରା ଚୟନ କରାଯାଇଥିବା ୭୫ଟି ସମୁଦ୍ରତଟ ମଧ୍ୟରେ ବାଲେଶ୍ୱରର କୌଣସି ସମୁଦ୍ରତଟ ନ ଥିବା ଜାଣିବା ପରେ ବାଲେଶ୍ୱର ଏମ୍‌ପି ଷଡ଼ଙ୍ଗୀ କେନ୍ଦ୍ର ବିଜ୍ଞାନ, ପ୍ରଯୁକ୍ତିବଦ୍ୟା ରାଷ୍ଟ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂଙ୍କୁ ପତ୍ର ମାଧ୍ୟମରେ ଚାନ୍ଦିପୁର ବେଳାଭୂମିକୁ ଉକ୍ତ ଯୋଜନାରେ ସାମିଲ କରିବା ପାଇଁ ଦାବି ଉପସ୍ଥାପନ କରିଥିଲେ। ସେହି କ୍ରମରେ ମନ୍ତ୍ରଣାଳୟ ନିର୍ଦ୍ଧାରିତ ସୂଚୀରୁ ଗୋଟିଏ ସମୁଦ୍ରତଟକୁ ବାଦ୍‌ ଦେଇ ଚାନ୍ଦିପୁରକୁ ସାମିଲ କରିଥିଲେ। ଉକ୍ତ ଯୋଜନାର ଶୁଭାରମ୍ଭ ଆସନ୍ତା ୧୭ତାରିଖ ପୂର୍ବାହ୍ନ ୬ଟାରେ ଚାନ୍ଦିପୁର ବେଳାଭୂମିଠାରେ ଆରମ୍ଭ ହେବ। କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଏମ୍‌ପି ଇତିମଧ୍ୟରେ ଜିଲାପାଳଙ୍କ ସମେତ ସଂଶ୍ଳିଷ୍ଟ ବିଭାଗର ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଯୋଜନା ଫଳରେ ପର୍ଯ୍ୟଟନ କ୍ଷେତ୍ରରେ ସ୍ଥାନୀୟ ଅଞ୍ଚଳର ଅନେକ ବିକାଶ ହେବା ସହିତ ଅନେକ ରୋଜଗାର ପନ୍ଥା ସୃଷ୍ଟି ହୋଇପାରିବ ବୋଲି ଏମ୍‌ପି ଷଡ଼ଙ୍ଗୀ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri