ସାମିଲ ହେଲା ଚାନ୍ଦିପୁର ବେଳାଭୂମି

ବାଲେଶ୍ୱର ଅଫିସ, ୧୬।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମୁଦ୍ର ବେଳାଭୂମି ‘ସ୍ବଚ୍ଛ ସାଗର ସୁରକ୍ଷିତ ସାଗର’ ଯୋଜନାରେ ସାମିଲ ହୋଇଥିବା ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି।
ସ୍ବାଧୀନତାର ଅମୃତ ମହୋତ୍ସବକୁ ଅଧିକରୁ ଅଧିକ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ଜନକଲ୍ୟାଣକାରୀ ସ୍ଥାୟୀ ଯୋଜନା ହାତକୁ ନେଇଛନ୍ତି। ତନ୍ମଧ୍ୟରୁ ‘ସ୍ବଚ୍ଛ ସାଗର ସୁରକ୍ଷିତ ସାଗର’ ଏକ ଦୂରଦୃଷ୍ଟିସମ୍ପନ୍ନ ଯୋଜନା। ଏହି ଯୋଜନାରେ ଭାରତର ବଛା ବଛା ୭୫ଟି ସମୁଦ୍ରତଟକୁ ସାମିଲ କରି ଏହାର ସାମଗ୍ରିକ ବିକାଶ ପାଇଁ ଭିତ୍ତିଭୂମିର ବିକାଶ କରାଯିବ। ଭାରତ ସରକାରଙ୍କ ଭୂ ବିଜ୍ଞାନ ମନ୍ତ୍ରଣାଳୟ ଦ୍ୱାରା ଚୟନ କରାଯାଇଥିବା ୭୫ଟି ସମୁଦ୍ରତଟ ମଧ୍ୟରେ ବାଲେଶ୍ୱରର କୌଣସି ସମୁଦ୍ରତଟ ନ ଥିବା ଜାଣିବା ପରେ ବାଲେଶ୍ୱର ଏମ୍‌ପି ଷଡ଼ଙ୍ଗୀ କେନ୍ଦ୍ର ବିଜ୍ଞାନ, ପ୍ରଯୁକ୍ତିବଦ୍ୟା ରାଷ୍ଟ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂଙ୍କୁ ପତ୍ର ମାଧ୍ୟମରେ ଚାନ୍ଦିପୁର ବେଳାଭୂମିକୁ ଉକ୍ତ ଯୋଜନାରେ ସାମିଲ କରିବା ପାଇଁ ଦାବି ଉପସ୍ଥାପନ କରିଥିଲେ। ସେହି କ୍ରମରେ ମନ୍ତ୍ରଣାଳୟ ନିର୍ଦ୍ଧାରିତ ସୂଚୀରୁ ଗୋଟିଏ ସମୁଦ୍ରତଟକୁ ବାଦ୍‌ ଦେଇ ଚାନ୍ଦିପୁରକୁ ସାମିଲ କରିଥିଲେ। ଉକ୍ତ ଯୋଜନାର ଶୁଭାରମ୍ଭ ଆସନ୍ତା ୧୭ତାରିଖ ପୂର୍ବାହ୍ନ ୬ଟାରେ ଚାନ୍ଦିପୁର ବେଳାଭୂମିଠାରେ ଆରମ୍ଭ ହେବ। କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଏମ୍‌ପି ଇତିମଧ୍ୟରେ ଜିଲାପାଳଙ୍କ ସମେତ ସଂଶ୍ଳିଷ୍ଟ ବିଭାଗର ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଯୋଜନା ଫଳରେ ପର୍ଯ୍ୟଟନ କ୍ଷେତ୍ରରେ ସ୍ଥାନୀୟ ଅଞ୍ଚଳର ଅନେକ ବିକାଶ ହେବା ସହିତ ଅନେକ ରୋଜଗାର ପନ୍ଥା ସୃଷ୍ଟି ହୋଇପାରିବ ବୋଲି ଏମ୍‌ପି ଷଡ଼ଙ୍ଗୀ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri