Posted inଜାତୀୟ

୫ ଦିନ ହେଲା ଜଳୁଛି ଚାନ୍ଦନି ଚୌକର ଭାଗିରଥ ପ୍ୟାଲେସ ବଜାର, ଅପରେଶନରେ ଲାଗିଛନ୍ତି ୧୫୦ ଫାୟାର ଟେଂଡର୍ସ

ନୂଆଦିଲ୍ଲୀ,୨୯ ।୧୧: ରାଜଧାନୀ ଦିଲ୍ଲୀର ଚାନ୍ଦନି ଚୌକରେ ଥିବା ଭାଗିରଥ ପ୍ୟାଲେସ ବଜାରରେ ସୋମବାର ପର୍ଯ୍ୟନ୍ତ ବି ନିଆଁ ଲାଗିରହିଛି । ଏବେ ଜଳୁଥିବା ଦୋକାନ ଘରୁ କେବଳ ଧୂଆଁ ବାହରୁଛି । ଅଧିକାରୀମାନେ କହିଛନ୍ତି ନିଆଁ ଲାଗିବା ପରେ ଏହାକୁ ଆୟତ୍ତ କରିବାକୁ ୧୫୦ରୁ ଅଧିକ ଦମକଳ ଗାଡି କାମରେ ଲାଗିଛନ୍ତି । କନଫେଡେରେଶନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି) କେନ୍ଦ୍ର, ଦିଲ୍ଲୀ ସରକାର ଓ ବିମା କମ୍ପାନୀଙ୍କୁ ଭାଗିରଥି ପ୍ୟାଲେସ ବଜାରରେ ନିଆଁ ଯୋଗୁ ପ୍ରଭାବିତ ହୋଇଥିବା ବ୍ୟବସାୟୀଙ୍କ ପାଇଁ ବୁନର୍ବାସ କାର୍ଯ୍ୟ ଆରମ୍ଭ କରିବାକୁ ଅନୁରୋଧ କରାଯାଇଛି । ସେମାନେ କହିଛନ୍ତି ଯେ ଏହି ଅଗ୍ନିକାଣ୍ଡରେ ୨୫୦ରୁ ଅଧିକ ଦୋକାନ ଜଳି ଯାଇଛି ।
ସିଏଆଇଟି ମହାସଚିବ ପ୍ରବିଣ ଖଣ୍ଡେଲୱାଲ ଓ ଅନ୍ୟ ବ୍ୟବସାୟୀ ନେତାମାନେ କହିଛନ୍ତି, ଦିଲ୍ଲ ଇଲେକ୍ଟ୍ରିକାଲ ଟ୍ରେଡର୍ସ ଆସୋସିଏଶନ ସହ ପ୍ରଭାବିତ ବ୍ୟବସାୟୀଙ୍କ ବିମା ଦାବି ପ୍ରକ୍ରିୟାକୁ ଶୀଘ୍ର କରାଯିବାକୁ ଚେଷ୍ଟା କରାଯାଉଛି ।
ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏହି ଅଗ୍ନିକାଣ୍ଡରେ ପ୍ରାୟ ୨୦୦ ଦୋକାନ ପ୍ରଭାବିତ ହୋଇଛି ଓ ୫ଟି ଘର ସମ୍ପୂର୍ଣ୍ଣ ଅବା ଆଂଶିକ ଭାବେ ଜଳି ଯାଇଛି । ଏହାସହ ୩ଟି ଘର ନିଆଁରେ ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri