ଚାନ୍ଦିନୀଚୌକରେ ଅପରାହ୍ନ ୧ଟାରେ ରଥ ଟଣା

କଟକ,୨୦ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ କଟକରେ ରଥଯାତ୍ରା ପାଳନ ନେଇ ପ୍ରସ୍ତୁତି ସରିଥିବାବେଳେ ସକାଳୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିବେ ଶ୍ରୀଜୀଉ। ତେବେ କଟକସ୍ଥିତ ଚାନ୍ଦିନୀଚୌକର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସ୍ବତନ୍ତ୍ର ମାନ୍ୟତା ରହିଛି। ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନ ୧ ଘଟିକା ସମୟରେ ଚାନ୍ଦିନୀଚୌକ ଛକାରେ ଥିବା ରଥ ଟଣା ଆରମ୍ଭ ହେବ। ଅଷ୍ଟଶମ୍ଭୁ ମନ୍ଦିର ଛକ, ବନ୍ଧବାସେଳୀ ଛକ, ତ୍ରିନାଥ ମନ୍ଦିର ଛକ, ନୃସିଂହନାଥ ମଠ ଛକ, ମଙ୍ଗଳାସାହି ଛକ, କଫଲା ଫାଣ୍ଡି ଛକ, ମହାନ୍ତିପଡା ଛକ,ସତୀଚଉରା ଛକରୁ ରିଂରୋଡ଼ ଦେଇ ବନ୍ଧବାଶେଳୀ ପୀଠସ୍ଥିତ ମାଉସୀମା ମନ୍ଦିରରୁ ପୋଡ଼ପିଠା ଭୋଗ ଖାଇ ଶ୍ରୀଜିଉଙ୍କ ରଥ କାଠଯୋଡ଼ି ବେଲଭ୍ୟୁ ଛକସ୍ଥିତ ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବ। ୨୧ରୁ ୨୭ ତାରିଖ ଯାଏଁ ବେଲଭ୍ୟୁ ଛକସ୍ଥିତ ତଳ ଖେଳପଡ଼ିଆରେ ଏବଂ ୨୯, ୩ଠ ଜଗନ୍ନାଥ ମନ୍ଦିର ସମ୍ମୁଖ ବଡ଼ଦାଣ୍ଡରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଚାନ୍ଦିନୀଚୌକ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରାକୁ ସଫଳ କରିବା ପାଇଁ ମନ୍ଦିର ପରିଚାଳନା ସମିତି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ୯ଦିନ ବ୍ୟାପୀ ରଥଯାତ୍ରା ମହୋତ୍ସବକୁ ସଫଳ କରିବା ପାଇଁ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ କଟକ ମହାନଗର ନିଗମ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ହରିପୁର ରଥଯାତ୍ରାରେ ସୁଭଦ୍ରାଙ୍କ ରଥକୁ କେବଳ ମହିଳାମାନେ ହିଁ ହଳଦିଆ ଶାଢ଼ି ପିନ୍ଧି ଟାଣନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri